Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜରୁରୀ କାଳୀନ ସହାୟତା କେନ୍ଦ୍ର ଗସ୍ତ କରି କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଆଜିର ଖବର

ଜରୁରୀ କାଳୀନ ସହାୟତା କେନ୍ଦ୍ର ଗସ୍ତ କରି କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

July 29, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସୋମବାର ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମଞ୍ଚେଶ୍ୱର ସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ର (ERSS) (ଡାଏଲ-112)କୁ ଗସ୍ତ କରି ଏହାର କାର୍ଯ୍ୟକାରିତା, ପରିଚାଳନା ଏବଂ ଆଧୁନିକୀକରଣ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି। ସମସ୍ୟାରେ ପଡ଼ିଥିବା ସାଧାରଣ ଲୋକଙ୍କୁ ଅଳ୍ପ ସମୟ ମଧ୍ୟରେ ତ୍ୱରିତ ସେବା ଯୋଗାଇ ଦେବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି। ଏଥି ନିମନ୍ତେ ଉପଯୁକ୍ତ ମାନବ ସମ୍ବଳ, ଅଧିକ ଜରୁରୀ କାଳୀନ ସହାୟତା ଯାନ ଏବଂ ଅତ୍ୟାଧୁନିକ ଯନ୍ତ୍ରପାତିରେ ଯାନ ଗୁଡିକୁ ସୁସଜ୍ଜିତ କରାଯାଇ ERSSକୁ ଅଧିକ ସଶକ୍ତ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ ବିଭାଗଗୁଡିକରେ ନିୟୋଜିତ ଥିବା ଜରୁରୀ କାଳୀନ ଯାନ ଗୁଡିକୁ ମଧ୍ୟ ERSS ସହ ସଂଯୋଗ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହା ବ୍ୟତୀତ ERSSର ଦୃଢ଼ୀକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ଅର୍ଥ ରାଶିକୁ ସଠିକ ସମୟ ମଧ୍ୟରେ ଖର୍ଚ୍ଚ କରାଯିବା ଉପରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।

ଏହା ସହ ତୁରନ୍ତ 409ଟି ଜରୁରୀ କାଳୀନ ଯାନକୁ ଭଡା ସୂତ୍ରରେ ଆଣି ERSS କାର୍ଯ୍ୟରେ ନିୟୋଜିତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।ମୋବାଇଲ ଡାଟା ଟର୍ମିନାଲ, ସ୍ମାର୍ଟ ଫୋନ, ଜିପିଏସ ଭଳି ଅତ୍ୟାଧୁନିକ ଯନ୍ତ୍ରପାତିକୁ ଜରୁରୀ କାଳୀନ ଯାନରେ ଲଗାଯାଇ ERSS ବ୍ୟବସ୍ଥାକୁ ସଶକ୍ତ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି।

ଏହା ବ୍ୟତୀତ ERSS ରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ।

ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ମୁଖ୍ୟାଳୟ) ତଥା ERSS ର ନୋଡାଲ ଅଫିସର ଶ୍ରୀ ପ୍ରତୀକ ମହାନ୍ତି ସମୀକ୍ଷା ବୈଠକ ପରିଚାଳନା କରିଥିଲେ। ଉକ୍ତ ବୈଠକରେ ସ୍ୱାସ୍ଥ୍ୟ, ଅଗ୍ନିଶମ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ଜଙ୍ଗଲ ଓ ପରିବେଶ, ଓକାକ, ଓସଡମା ଆଦି ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

ମଞ୍ଚେଶ୍ୱର ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Latest News

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.