Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମ୍ବାଦିକମାନଙ୍କ କଲ୍ୟାଣ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା    
ଆଜିର ଖବର

ସାମ୍ବାଦିକମାନଙ୍କ କଲ୍ୟାଣ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା    

July 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାମ୍ବାଦିକମାନଙ୍କ କଲ୍ୟାଣ
ସାମ୍ବାଦିକମାନଙ୍କ କଲ୍ୟାଣ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା  

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ଲୋକସଭା ଭବନରେ ରାଜ୍ୟର ବରି​‌ଷ୍ଠ ସାମ୍ବାଦିକମାନଙ୍କ ସହିତ ସେମାନଙ୍କର  ବିଭିନ୍ନ ସମସ୍ୟା ଓ ସେସବୁର ସମାଧାନ ସଂପର୍କରେ ବିଶଦ୍ ଭାବେ ଆଲୋଚନା କରିଛନ୍ତି । ବୈଠକରେ ଶିଳ୍ପ, ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଶ୍ରୀ ହେମନ୍ତ ଶର୍ମା ଓ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୂଜ କୁମାର ଦାସ ପଟ୍ଟନାୟକ, ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ଗୁରବୀର ସିଂ ଙ୍କ ଉପସ୍ଥିତିରେ ଆଲୋଚନା କରାଯାଇଥିଲା।

ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଛନ୍ତି ଯେ, ଗଣତାନ୍ତ୍ରିକ ରାଷ୍ଟ୍ରରେ ମୁଦ୍ରିତ ,ବୈଦ୍ୟୁତିକ ଓ ସାମାଜିକ ଗଣମାଧ୍ୟମଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି । ଓଡ଼ିଶାରେ ସାମ୍ବାଦିକମାନଙ୍କ  କଲ୍ୟାଣ ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ଯେଉଁ ଯେଉଁ ଦାବୀ ଉପସ୍ଥାପନ କରିଛନ୍ତି, ସେ ସମ୍ପର୍କରେ ଅଧିକ ବିଚାରବିମର୍ଶ  ପୂର୍ବକ ସମାଧାନ ପାଇଁ ଆବଶ୍ୟକ  ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରତିଶ୍ରୁତି ଦେଇଛନ୍ତି ।

ଏହି ବୈଠକରେ ସାମ୍ବାଦିକମାନଙ୍କ ସୁରକ୍ଷା ଆଇନ୍ ପ୍ରଣୟନ କରାଯିବା, ବରିଷ୍ଠ ସାମ୍ବାଦିକମାନଙ୍କ ନିମନ୍ତେ ପେନ୍‌ସନ୍‌ ବ୍ୟବସ୍ଥା, ସାମ୍ବାଦିକମାନଙ୍କୁ ଅଧିସ୍ୱୀକୃତି ପ୍ରଦାନ କରାଯିବା, ସାମ୍ବାଦିକ କଲ୍ୟାଣ ପାଣ୍ଠିରେ  ରହିଥିବା ବ୍ୟବସ୍ଥା ଅନୁସାରେ ସାମ୍ବାଦିକ ଓ ସେମାନଙ୍କର ପରିବାରଙ୍କୁ ପ୍ରଦାନ କରାଯାଉଥିବା ସୁବିଧା ସମ୍ପର୍କରେ ବିଶଦ୍ ଭାବେ ଆଲୋଚନା କରାଯାଇଥିଲା। ଲୋକସେବା ଭବନକୁ ପ୍ରବେଶ ପାଇଁ ଆବେଦନ କରୁଥିବା ସାମ୍ବାଦିକମାନଙ୍କୁ ପରିଚୟ ପତ୍ର ପ୍ରଦାନ କିପରି  ଶୀଘ୍ର ଓ ସରଳୀକରଣ ହୋଇପାରିବ, ସେ ସଂପର୍କରେ ବିଭାଗକୁ ପରାମର୍ଶ ଦିଆଯାଇଥିଲା।

ସରକାରଙ୍କ ପ୍ରଚାର ପ୍ରସାର  ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମାନୁପାତିକ ହାରରେ ପ୍ରକାଶ ପାଉଥିବା ବିଭିନ୍ନ ଦୈନିକ ଓ ସାପ୍ତାହିକ ସମ୍ବାଦପତ୍ରଗୁଡିକୁ ବିଜ୍ଞାପନ ପ୍ରଦାନ କରାଯିବା ସଂପର୍କରେ ଆଲୋଚନା କରାଯାଇଥିଲା। ସ୍ୱାସ୍ଥ୍ୟବୀମାରେ ରହିଥିବା ବିଭିନ୍ନ ସୁବିଧା, ସହାୟତା ଓ ପ୍ରକ୍ରିୟା ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅବଗତ କରାଯିବା ପାଇଁ ସଂପୃକ୍ତ ବୀମା କମ୍ପାନୀର ତୃତୀୟ ପକ୍ଷ ସଂସ୍ଥା(ଟିପିଏ) ସହିତ ଏକ ବୈଠକ ଆୟୋଜନ କରାଯିବାକୁ ନିଷ୍ପତ୍ତି  ହୋଇଛି।

ପ୍ରକାଶ ଥାଉକି, ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରୟାସରେ ରାଜ୍ୟର ମୋଟ ୭୪୮୬ ଜଣ ସାମ୍ବାଦିକଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ୨୦୨୧-୨୦୨୪ ବର୍ଷ ମଧ୍ୟରେ ସମୁଦାୟ ୮୦ ଜଣ ମୃତ ସାମ୍ବାଦିକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ  ଟଙ୍କା ଲେଖାଏଁ କ୍ଷତିପୂରଣ ପ୍ରଦାନ କରାଯାଇଛି । କୋଭିଡ୍ ରେ ମୃତ୍ୟୁବରଣ କରିଥିବା ୪୯ ଜଣ ସାମ୍ବାଦିକଙ୍କ ପରିବାରଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ପ୍ରତ୍ୟେକ ପରିବାରଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ  ଶ୍ରୀ ଭାଗବତ ତ୍ରିପାଠୀ, ଶ୍ରୀ ସନତ ମିଶ୍ର, ଶ୍ରୀ ପୀତବାସ ମିଶ୍ର ଏବଂ ଶ୍ରୀ ପ୍ରଦ୍ୟୁମ୍ନ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

journalist ସାମ୍ବାଦିକ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.