ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୩ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୪ ଟି ବିଭାଗର ୦୫ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଜଳସମ୍ପଦ ବିଭାଗର ୧ ଟି, ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ( MSME) ବିଭାଗର ୧ ଟି, ଵିଧି ( ଆଇନ) ବିଭାଗର ୨ଟି ଏବଂ ଅର୍ଥ ବିଭାଗର ୧ ଟି ପ୍ରସ୍ତାଵ ଗୃହୀତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ।