ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (JMM) ପ୍ରତିଷ୍ଠାତା ଶିବୁ ସୋରେନଙ୍କ ୮୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ତାଙ୍କ ପୁଅ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ଦୁଃଖଦ ଖବରକୁ ନିଶ୍ଚିତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇନଷ୍ଟାଗ୍ରାମରେ ଲେଖିଛନ୍ତି ଯେ, “ଆଦରଣୀୟ ଦିଶୋମ ଗୁରୁଜୀ ଆମ ସମସ୍ତଙ୍କୁ ଛାଡି ଚାଲିଯାଇଛନ୍ତି। ଆଜି ମୁଁ ଶୂନ୍ୟ ହୋଇଗଲି।”