ଭୁବନେଶ୍ଵର: ବିଶିଷ୍ଟ ଜଗନ୍ନାଥ ଗବେଷକ, ସାହିତ୍ୟିକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁବାଷ ପାଣି ଆଉ ଇହଜଗତରେ ନାହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।
ତାଙ୍କ ମୃତ୍ୟୁ ଖବର ପ୍ରଚାର ହେବା ମାତ୍ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ପ୍ରଶାସକ ତାଙ୍କୁ ଶେଷ ଦର୍ଶନ କରିବା ସହ ସାବଧାରରେ ପୁଷ୍ପାର୍ଘ୍ୟ ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।
ଭୁବନେଶ୍ୱର ସତ୍ୟନଗର ସ୍ମଶାନରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି।