Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଆଜିର ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ, ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଲାଡେ ଗଜାନନ୍ ଦୟାନନ୍ଦ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା।

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ , ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡା ,ଡେପୁଟି କଲେକ୍ଟର , ଜରୁରୀ, ଶ୍ରୀତପା ମିଶ୍ର, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୦୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୦୯ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ସେଗୁଡିକୁ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜରୁରୀ ସ୍ୱାସ୍ଥ୍ୟ ସେବା ଜନିତ ୦୨ଜଣ ଅଭିଯୋଗ କାରୀଙ୍କ ଦରଖାସ୍ତକୁ ବିଚାର କରାଯାଇ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ନିରଞ୍ଜନ ସାମଲ, ବିର ଭୁଆସୁଣୀ, ବଡକୁମାରୀ ଗ୍ରାମ ପଞ୍ଚାୟତ, ଖୋର୍ଦ୍ଧା ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଏବଂ ମନୋରମା ଭୂୟାଁ, ସାନପଲା ,ଖୋର୍ଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ୧୦ ହଜାର ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ପ୍ରଦାନ କରିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ,ଇଂ ଶିବ ଲାଲ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ,ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ , ନିର୍ବାହୀ ଅଧିକାରୀ, ଖୋର୍ଦ୍ଧା ପୌର ପରିଷଦ ରିଜ୍ୱାନା କାକ୍ୱାବ, ମଣ୍ଡଳ ଉନ୍ନୟନ ଅଧିକାରୀ, ଖୋର୍ଦ୍ଧା, ଶ୍ରୀମତୀ କ୍ଷୀରାଦ୍ଵ୍ଵି ତନୟା ସାହୁ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଳେନ୍ଦୁ ନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ , ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂଶୁ ଦାଶ, ମୁଖ୍ୟ ଜିଲ୍ଲା ପଶୁ ଚିକିତ୍ସା ଅଧିକାରୀ ଡାକ୍ତର ରବି ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳୀ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣୀଶ୍ରୀ ପଟ୍ଟନାୟକଙ୍କ ସମେତ ବି ଡି ଓ ଏବଂ ତହସିଲଦାର ଓ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

ଅମ୍ରିତ୍ ଋତୁରାଜ ଜିଲ୍ଲା ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Latest News

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.