ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏଥିସହ ସେ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହି ଦୁଃଖଦ ପରିସ୍ଥିତିରେ ଧୈର୍ଯ୍ୟ ବଜାୟ ରଖିବା ପାଇଁ ଶ୍ରୀମତୀ ପରିଡା ଶୋକ ସନ୍ତପ୍ତ ପରିବାରଙ୍କୁ ନିବେଦନ କରିଛନ୍ତି।
ରାଜ୍ୟ ସରକାର ପୀଡିତାଙ୍କୁ ବଞ୍ଚାଇବା ପାଇଁ ଯଥା ସମ୍ଭବ ପ୍ରଚେଷ୍ଟା କରିଥିଲେ। ପୀଡିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି।