Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ
ଆଜିର ଖବର

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ

August 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଶୀର୍ଷ ନେତୃତ୍ୱମାନେ ମାନ୍ୟବର ରାଜ୍ୟ ବିଜେପି ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରି ଶିକ୍ଷକ ଓ କର୍ମଚାରୀଙ୍କ ସମସ୍ୟା ସମ୍ପର୍କିତ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଆଲୋଚନା ସକାରାତ୍ମକ ଥିଲା ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି।
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଗତକାଲି ସଭାପତି ସୁକାନ୍ତ କୁମାର ବେହେରା ଏବଂ ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ଅନ୍ୟ ଶୀର୍ଷ ନେତୃତ୍ୱଗଣ ଭୁବନେଶ୍ୱର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟି ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ବିଭିନ୍ନ ଦାବି ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବା ସହିତ ଏଗୁଡ଼ିକର ସମାଧାନ ନିମନ୍ତେ ଆଲୋଚନା କରିଥିଲେ। ଏହି ଦାବୀ ଗୁଡ଼ିକ ମଧ୍ୟରେ  ୨୦୧୩ ଅନୁଦାନ ଆଇନ୍‌ରୁ ବାଦ୍ ପଡ଼ିଥିବା ୧୯୪ଟି ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରୁ ଅବସର ନେଇଥିବା ଓ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କ ପାଇଁ ଚାକିରୀ ସର୍ତ୍ତାବଳୀ ସହିତ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ଏବଂ ଏହି ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଖାଲିଥିବା ପଦବୀଗୁଡ଼ିକରେ ନିଯୁକ୍ତି ପ୍ରଦାନ,  ବିଭିନ୍ନ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରିକରଣ, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ଛଅଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ କରିବା, ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ସରକାରୀକରଣ ଇତ୍ୟାଦି ସାମିଲ ଥିଲା। ମାନ୍ୟବର ରାଜ୍ୟ ବିଜେପି ସଭାପତି ଶ୍ରୀଯୁକ୍ତ ସାମଲ ଉକ୍ତ ସସମ୍ୟା ଗୁଡ଼ିକ ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଖୁବ୍ ଶୀଘ୍ର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ପାଇଁ ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ।
ଆଲୋଚନାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ପ୍ରଦୀପ କୁମାର ମଙ୍ଗରାଜ, ଗଦାଧର ଶତପଥି, ଏମ୍‌.ଏ.କାସିମ୍ ବେଗ୍‌, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ଜୟନ୍ତୀ ବଳ, ସୁଦର୍ଶନ ସ୍ୱାଇଁ, ପ୍ରଶାନ୍ତ କୁମାର ମହାନ୍ତି, ମଧୁସୁଦନ ଦେ ପ୍ରମୁଖ ଉପସ୍ଥିତ ଥିଲେ।
ରାଜ୍ୟ ବିଜେପି ସଭାପତି ସ୍ମାରକପତ୍ର ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.