Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଲି ଏବଂ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ଆଜିର ଖବର

ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଲି ଏବଂ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

August 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯିବ ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ଜରିଆରେ ଜଣାଇଛନ୍ତି।
ସୂଚନାଥାଉକି, ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଆଜି ଅର୍ଥାତ ଶୁକ୍ରବାର ଦିନ  ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ପାଞ୍ଚଦଫା ସମ୍ବଳିତ ଦାବିପତ୍ର ରାଜ୍ୟର ବିଭିନ୍ନ ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଜିଲ୍ଲାରେ ଶତାଧିକ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବରେ ପଟୁଆରରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମବେତ ହେବେ। ଶିକ୍ଷକମାନଙ୍କର ଥିବା ବିଭିନ୍ନ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ, ଉଚ୍ଚଶିକ୍ଷାମନ୍ତ୍ରୀ ଏବଂ ମୁଖ୍ୟ ଶାସନସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବେ ବୋଲି ସମନ୍ୱୟ ସମିତି ତରଫରୁ କୁହାଯାଇଛି।
ଉକ୍ତ ଦାବୀଗୁଡ଼ିକ ମଧ୍ୟରେ  ଦୀର୍ଘ ତିରିଶ ବର୍ଷ କାର୍ଯ୍ୟକରି ବିନା ପାରିଶ୍ରମିକରେ ଖଟୁଥିବା ବିଦ୍ୟାଳୟଗୁଡ଼ିକ ଯଥା- ୨୦୧୩ ଅନୁଦାନ ଆଇନ୍‌ରୁ ବାଦ୍ ପଡ଼ିଥିବା ୧୯୪ଟି ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରୁ ଅବସର ନେଇଥିବା ଓ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କ ପାଇଁ ଚାକିରୀ ସର୍ତ୍ତାବଳୀ ସହିତ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଖାଲିଥିବା ପଦବୀ ପୂରଣ,  ବିଭିନ୍ନ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ଛଅଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ସରକାରୀକରଣ ଇତ୍ୟାଦି।
ଏହି କାର୍ଯ୍ୟକ୍ରମରେ ସମସ୍ତ ସାମିଲ ସଂଗଠନର ନିଜ ନିଜ ଜିଲ୍ଲାର ନେତୃତ୍ୱ, ଶିକ୍ଷକ, ଶିକ୍ଷିକା, ଶିକ୍ଷାକର୍ମଚାରୀ, ସମସ୍ତ ବ୍ଲକ୍‌, ଜିଲ୍ଲା ଓ ରାଜ୍ୟର ପ୍ରାକ୍ତନ ଓ ବର୍ତ୍ତମାନର ନେତୃତ୍ୱଗଣ ବହୁସଂଖ୍ୟାରେ ଉପସ୍ଥିତ ରହି ଏହାକୁ ସଫଳ କରିବା ନିମନ୍ତେ ସମନ୍ୱୟ ସମିତି ତରଫରୁ ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥି ଏବଂ ମଧୁସୂଦନ ଦେ ପ୍ରମୁଖ ଅନୁରୋଧ କରିଛନ୍ତି।
ଦାବିପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଛଟ୍ ପୂଜା ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କଲେ ଏକ ବଡ ଘୋଷଣା

September 30, 2025

Bathukamma Festival: ୭ ଟନ ଫୁଲରେ ନିର୍ମାଣ ହେଲା ତୋରଣ, ମିଳିଲା ଦୁଇଟି ବିଶ୍ବ ରେକର୍ଡ

September 30, 2025

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025
Latest News

ଛଟ୍ ପୂଜା ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କଲେ ଏକ ବଡ ଘୋଷଣା

September 30, 2025

ଗାଜା ଶାନ୍ତି ଚୁକ୍ତି ସମ୍ପର୍କରେ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମର୍ଥନ, ଯୁଦ୍ଧ ରୋକିବାକୁ କଲେ ନିବେଦନ

September 30, 2025

Bathukamma Festival: ୭ ଟନ ଫୁଲରେ ନିର୍ମାଣ ହେଲା ତୋରଣ, ମିଳିଲା ଦୁଇଟି ବିଶ୍ବ ରେକର୍ଡ

September 30, 2025

ନବଦୁର୍ଗାର ନବମ ରୂପ ମା’ ସିଦ୍ଧିଦାତ୍ରୀ: ମାତାଙ୍କ ଠାରୁ ଶିଖନ୍ତୁ ବିନିଯୋଗର ଏହି ବିଶେଷ ଗୁଣ

September 30, 2025

ବିସିସିଆଇର କଡା ଆଭିମୁଖ୍ୟ: ପିସିବି ମୁଖ୍ୟଙ୍କ ବଢିପାରେ ସମସ୍ୟା

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.