Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଲି ଏବଂ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ଆଜିର ଖବର

ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଲି ଏବଂ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

August 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯିବ ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ଜରିଆରେ ଜଣାଇଛନ୍ତି।
ସୂଚନାଥାଉକି, ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଆଜି ଅର୍ଥାତ ଶୁକ୍ରବାର ଦିନ  ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ପାଞ୍ଚଦଫା ସମ୍ବଳିତ ଦାବିପତ୍ର ରାଜ୍ୟର ବିଭିନ୍ନ ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ପ୍ରଦାନ କରାଯିବ। ପ୍ରତ୍ୟେକ ଜିଲ୍ଲାରେ ଶତାଧିକ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବରେ ପଟୁଆରରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମବେତ ହେବେ। ଶିକ୍ଷକମାନଙ୍କର ଥିବା ବିଭିନ୍ନ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ, ଉଚ୍ଚଶିକ୍ଷାମନ୍ତ୍ରୀ ଏବଂ ମୁଖ୍ୟ ଶାସନସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବେ ବୋଲି ସମନ୍ୱୟ ସମିତି ତରଫରୁ କୁହାଯାଇଛି।
ଉକ୍ତ ଦାବୀଗୁଡ଼ିକ ମଧ୍ୟରେ  ଦୀର୍ଘ ତିରିଶ ବର୍ଷ କାର୍ଯ୍ୟକରି ବିନା ପାରିଶ୍ରମିକରେ ଖଟୁଥିବା ବିଦ୍ୟାଳୟଗୁଡ଼ିକ ଯଥା- ୨୦୧୩ ଅନୁଦାନ ଆଇନ୍‌ରୁ ବାଦ୍ ପଡ଼ିଥିବା ୧୯୪ଟି ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରୁ ଅବସର ନେଇଥିବା ଓ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କ ପାଇଁ ଚାକିରୀ ସର୍ତ୍ତାବଳୀ ସହିତ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଖାଲିଥିବା ପଦବୀ ପୂରଣ,  ବିଭିନ୍ନ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ଛଅଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ସରକାରୀକରଣ ଇତ୍ୟାଦି।
ଏହି କାର୍ଯ୍ୟକ୍ରମରେ ସମସ୍ତ ସାମିଲ ସଂଗଠନର ନିଜ ନିଜ ଜିଲ୍ଲାର ନେତୃତ୍ୱ, ଶିକ୍ଷକ, ଶିକ୍ଷିକା, ଶିକ୍ଷାକର୍ମଚାରୀ, ସମସ୍ତ ବ୍ଲକ୍‌, ଜିଲ୍ଲା ଓ ରାଜ୍ୟର ପ୍ରାକ୍ତନ ଓ ବର୍ତ୍ତମାନର ନେତୃତ୍ୱଗଣ ବହୁସଂଖ୍ୟାରେ ଉପସ୍ଥିତ ରହି ଏହାକୁ ସଫଳ କରିବା ନିମନ୍ତେ ସମନ୍ୱୟ ସମିତି ତରଫରୁ ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥି ଏବଂ ମଧୁସୂଦନ ଦେ ପ୍ରମୁଖ ଅନୁରୋଧ କରିଛନ୍ତି।
ଦାବିପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.