Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ: ସମ୍ବଲପୁର ଆଇଆଇଏମ୍ ସହ ବୁଝାମଣାପତ୍ର ସ୍ଵାକ୍ଷର
ଆଜିର ଖବର

ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ: ସମ୍ବଲପୁର ଆଇଆଇଏମ୍ ସହ ବୁଝାମଣାପତ୍ର ସ୍ଵାକ୍ଷର

August 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମଙ୍କ ଉପସ୍ଥିତିରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ପୂଜା ମିଶ୍ର ଏବଂ ଆଇଆଇଏମ୍ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜୟସ୍ୱାଲ ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।

ଏହି ବୁଝାମଣାପତ୍ର ଅନୁଯାୟୀ ରାଜ୍ୟରେ ଜୈବ-ଅର୍ଥନୀତି ସମ୍ଭାବନା ଥିବା କ୍ଷେତ୍ରଗୁଡ଼ିକୁ ବିଚାରକୁ ନେଇ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଆଇଆଇଏମ୍, ସମ୍ବଲପୁର ପକ୍ଷରୁ ପ୍ରଦାନ କରାଯିବ। ଜୈବ-ଅର୍ଥନୀତି ରିପୋର୍ଟ ବିକଶିତ କରିବା, ଏ କ୍ଷେତ୍ରରେ ଥିବା ପ୍ରମୁଖ ଆହ୍ୱାନ ଓ ବିକାଶ ସୁଯୋଗର ମୂଲ୍ୟାୟନ କରି ଏକ ତଥ୍ୟଭିତ୍ତିକ ରିପୋର୍ଟ ପ୍ରସ୍ତୁତ କରାଯିବ। ଏହି ରିପୋର୍ଟ ଭବିଷ୍ୟତର ଜୈବ ଉଦ୍ୟୋଗ, ବିଶେଷ କରି ଜୈବ-ଅର୍ଥନୀତି ଏବଂ ସାଧାରଣ ଭାବେ ଆର୍ଥିକ ଅଭିବୃଦ୍ଧି ଦିଗରେ ଏକ ମାନଦଣ୍ଡ ଭାବେ ଉଭାହେବ ବୋଲି ଉଭୟ ପକ୍ଷ ଆଶାବ୍ୟକ୍ତ କରିଛନ୍ତି।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ଶାସନ ସଚିବ ଶିବାନୀ ମହାନ୍ତି, ବିତ୍ତ ପରାମର୍ଶଦାତା ଶ୍ରୀମତୀ ବିଦୁ୍ୟତପ୍ରଭା ରାଉତ, ଉର୍ମିପ୍ରଭା ମହାରଣା, ଆଇଆଇଏମ୍, ସମ୍ବଲପୁରର ଅଧ୍ୟାପକ ଆର୍.କେ. ପାଢ଼ୀ ଏବଂ ସନ୍ଦୀପ ମୁଖୋପାଧ୍ୟାୟଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.