ଭୁବନେଶ୍ବର: ଆଜି ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ର ଟଙ୍କା। ଆଜି କୋରାପୁଟ ଜୟପୁରରେ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ଏହା ହେଉଛି ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ଏଥିରେ ଆଜି ଏକ କୋଟି ମହିଳାଙ୍କ ବ୍ୟାଙ୍କ ଖାତାକୁ ଯିବ 5000 ହଜାର ଟଙ୍କା ଲେଖାଏଁ। ଏଥିପାଇଁ ସରକାରୀ ସ୍ତରରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କୋରାପୁଟରେ ପହଞ୍ଚିସାରିଛନ୍ତି।
ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ତେବେ ଏହି ଯୋଜନାରୁ ପ୍ରାୟ ୨ ଲକ୍ଷ ମହିଳା ବାଦ ପଡିଛନ୍ତି। ସେମାନଙ୍କୁ କିପରି ସାମିଲ କରାଯିବ ସେ ନେଇ ଉଦ୍ୟମ ଆରମ୍ଭ ହୋଇଛି।