Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପେରସନ “ଗରୁଡ଼”: ଓଡିଶା ପୋଲିସ ପକ୍ଷରୁ ଆହୁରି ଜୋରଦାର ହେବ ଏହି ଅଭିଯାନ
ଆଜିର ଖବର

ଅପେରସନ “ଗରୁଡ଼”: ଓଡିଶା ପୋଲିସ ପକ୍ଷରୁ ଆହୁରି ଜୋରଦାର ହେବ ଏହି ଅଭିଯାନ

August 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ “ଗରୁଡ଼” ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଚଳିତ ଅଗଷ୍ଟ 14 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର ସୂଚନା ଦେଇଛନ୍ତି। ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ଅଭିଯାନରେ ମୁଖ୍ୟତଃ ଜାମିନ ବିହୀନ ୱାରେଣ୍ଟ (NBW) କୁ କାର୍ଯ୍ୟକାରୀ କରିବା, ନିଶା ଦ୍ରବ୍ୟ ଚୋରା ଚାଲାଣକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଜବତ ଏବଂ ଅପରାଧୀଙ୍କୁ ଗିରଫ କରିବା, ଜୁଆ ଆଡ୍ଡା ଉପରେ ଚଢ଼ାଉ ଏବଂ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଅପରେସନର ପ୍ରଥମ ସପ୍ତାହରେ ସମସ୍ତ ଜିଲ୍ଲାର ଏସପି ଓ ଅନ୍ୟାନ୍ୟ ଅଧିକାରୀ ସାମିଲ ହୋଇ ଅପରାଧ ଏବଂ ଅପରାଧୀଙ୍କୁ ରୋକିବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା)  ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ।ବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

୧. କାର୍ଯ୍ୟକାରୀ ହୋଇଥିବା NBW:- 3189
୨. ଅବକାରୀ ମାମଲା:- 890 ମାମଲା ଏବଂ 17069.55 ଲିଟର ମଦ ଜବତ
୩. ଜବତ ହୋଇଥିବା ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଟଙ୍କା:- 51 ଅସ୍ତ୍ରଶସ୍ତ୍ର, 95 ଗୁଳିଗୋଳା ଏବଂ ୧,୪୫,୫୦୦ ଟଙ୍କା
୪. ଗଞ୍ଜେଇ ଜବତ ସହିତ ଏନଡିପିଏସ୍ ମାମଲା:- 11ଟି ମାମଲା ସହିତ 888 କିଲୋଗ୍ରାମ ଗଞ୍ଜେଇ ଏବଂ 68.57 ଗ୍ରାମ ବ୍ରାଉନସୁଗାର ଜବତ, (୦୨ଟି କାର ଏବଂ ୬୩,୭୫୦ ଟଙ୍କା)
୫. ଜୁଆ ମାମଲା:- 11ଟି ମାମଲା ସହିତ 2,79,485 ଟଙ୍କା
୬. ଗିରଫ ହୋଇଥିବା ଅପରାଧୀଙ୍କ ସଂଖ୍ୟା:- 129।
7. ନିଶା ଶକ୍ତ ଅବସ୍ଥାରେ ଗାଡି ଚାଳନା:- 115 ମାମଲା, 115 ଯାନ ଜବତ

ଉଲ୍ଲେଖଯୋଗ୍ୟ ଯେ, ବେଆଇନ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କ୍ଷେତ୍ରରେ ଗଞ୍ଜାମ ପୋଲିସ ଜିଲ୍ଲା 10 ଟି ବନ୍ଧୁକ ଜବତ କରିବା ସହ 13 ଜଣଙ୍କୁ ଗିରଫ କରିଛି। ସେହିପରି ରାଉରକେଲା ପୋଲିସ ଜିଲ୍ଲା ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ତା’ ନିକଟରୁ ଏକକାଳୀନ 10 ଟି ବନ୍ଧୁକ ଜବତ କରିଛି। NDPS ମାମଲାରେ କନ୍ଧମାଳ ପୋଲିସ 535 କେଜି ଜବତ କରିବା ସହ 15 ଜଣଙ୍କୁ ଗିରଫ କରିଛି। ଅବକାରୀ ମାମଲାରେ କେନ୍ଦୁଝର ପୋଲିସ ଜିଲ୍ଲା ସର୍ବାଧିକ 107ଟି ମାମଲା ରୁଜୁ କରିଥିବା ବେଳେ 1509 ଲିଟର ମଦ ଜବତ କରିଛି। ସେହିପରି ଜୁଆ ଆଡ୍ଡା ଉପରେ ଚଢ଼ାଉ କ୍ଷେତ୍ରରେ ରାଉରକେଲା ଜିଲ୍ଲା ପୋଲିସ 3 ଟି ମାମଲା ରୁଜୁ କରି 1,48,330 ଟଙ୍କା ଜବତ କରିବା ସହ 17 ଜଣଙ୍କୁ ଗିରଫ କରିଛି।

ସାଧାରଣ ଲୋକଙ୍କୁ ସେବା ଓ ସୁରକ୍ଷା ଯୋଗାଇ ଦେବାକୁ ଓଡିଶା ପୋଲିସ ପ୍ରତିଶୃତିବଦ୍ଧ। ଆଗାମୀ ଦିନରେ ମଧ୍ୟ ଅପରାଧ ଏବଂ ଅପରାଧୀମାନଙ୍କ ବିରୁଦ୍ଧରେ ଏହିପରି ଅଭିଯାନ ଜାରି ରହିବ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଂଜୟ କୁମାର କହିଛନ୍ତି।

ଓଡିଶା ପୋଲିସ ଜାମିନ ବିହୀନ ୱାରେଣ୍ଟ ଜୁଆ ଆଡ୍ଡା ଉପରେ ଚଢାଉ ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.