ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଡିଏଭି ଶିକ୍ଷାନୁଷ୍ଠାନ ଏଫ୍.ଜୋନ୍ର ସହ ଆଞ୍ଚଳିକ ଅଧିକାରୀ ତଥା ଡିଏଭି ପୋଖରୀପୁଟ ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶାନୁସାରେ କାର୍ଯ୍ୟକ୍ରମେ ପରିଚାଳିତ ହୋଇଥିଲା। ଏହି ଅବସରରେ ଓଡ଼ିଆ ବିଭାଗର ବିଭାଗୀୟମୁଖ୍ୟ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ଉପସ୍ଥିତ ବିଦ୍ୟାର୍ଥୀ ଓ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ସ୍ୱଭାବକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ଶପଥ ପାଠ କରାଇଥିଲେ। ଓଡ଼ିଆ ବିଭାଗର ଶିକ୍ଷକ-ଶିକ୍ଷୟିତ୍ରୀ ଓ ବିଦ୍ୟାର୍ଥୀମାନେ ମେହେରଙ୍କ ଚରଣାରବିନ୍ଦରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଭକ୍ତି ସୁମନ ଅର୍ପଣ କରିଥିଲେ। ଓଡ଼ିଆ ବିଭାଗର ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ କାର୍ଯ୍ୟକ୍ରମର ସଂଯୋଜନା କରିଥିବାବେଳେ ଓଡ଼ିଆ ଶିକ୍ଷକ କେଶବ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଓଡ଼ିଆ ବିଭାଗର ଶିକ୍ଷୟିତ୍ରୀ କ୍ଷଣପ୍ରଭା ନନ୍ଦ ,ସୁଜାତା ମହାନ୍ତି ଆଦି ସକ୍ରିୟ ସହଯୋଗ କରିଥିଲେ। ବିଭାଗୀୟ ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ତଥା ସୁପରାମର୍ଶକ୍ରମେ ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରାଯାଇଥିଲା।