Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୫ ଅନୁଷ୍ଠିତ
ଆଜିର ଖବର

ରାଜ୍ୟସ୍ତରୀୟ ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୫ ଅନୁଷ୍ଠିତ

August 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ଦ୍ଵିତୀୟ ଶ୍ରୀକ୍ଷେତ୍ର ତଥା ଶହୀଦ ମାଟି ରଣପୁର ସହରାଞ୍ଚଳ ସ୍ଥିତ ପ୍ରଶାନ୍ତ ହୋଟେଲ ଓ କଲ୍ୟାଣୀ ମଣ୍ଡପର ସଭାଗୃହରେ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟ, ଭୁବନେଶ୍ୱର, ଓଡିଶା ପକ୍ଷରୁ ରାଜ୍ୟ ସ୍ତରୀୟ ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ -୨୦୨୫ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୟାଗଡ ଜିଲ୍ଲା କଞ୍ଜ୍ୟୁମର କୋର୍ଟର ପୂର୍ବତନ ବିଚାରପତି ନାରାୟଣ ମହାପାତ୍ର, ମୁଖ୍ୟ ବକ୍ତା ଭାବେ ଦୂରଦର୍ଶୀ ଖବର କାଗଜର ମୁଖ୍ୟ ସଂପାଦକ ଦୁର୍ଗା ପ୍ରସାଦ ସାମନ୍ତରାୟ, ସମ୍ମାନୀତ ଅତିଥି ଭାବେ ପୁରୀ ଲୋକସଭା ସାଂସଦଙ୍କ ରଣପୁର ନିର୍ବାଚନ ମଣ୍ଡଳୀ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ଯୁବନେତା ତଥା ଗାୟତ୍ରୀ ଫାଉଣ୍ଡେସନର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ନାୟକ, ଯୁବ ସମାଜସେବୀ ବାସୁଦେବ ସାହୁ, ଦୂରଦର୍ଶନ ଉପସ୍ଥାପକ ତଥା ସଂସ୍କୃତି ଗବେଷକ ଶ୍ରୀକାନ୍ତ ନାୟକ, ଯୁବ ସମଜସେବୀ ଅମରଜିତ୍ ସେନାପତି ଓ ଉତ୍କଳୀୟମ ଫାଉଣ୍ଡେସନର ରାଜ୍ୟ ସାଧାରଣ ସମ୍ପାଦକ ସୁଚିତ୍ରା ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନଙ୍କୁ ଚନ୍ଦନ, ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।

ଏହି ସଭାକାର୍ଯ୍ୟକୁ ଉତ୍କଳୀୟମ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ଆଇନୀଜୀବୀ ରାଜିବ ଲୋଚନ ପ୍ରଧାନ ସଭାକାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ଶିକ୍ଷାବିତ୍ ବଲ୍ଲଭ ପ୍ରଧାନ ସଂଯୋଜନା କରିଥିଲେ। ଓଡିଶାରେ ବିକାଶରେ ବୁଦ୍ଧିଜୀବି ସମାଜର ଭୂମିକା ଓ ଭକ୍ତଚରଣଙ୍କ ବିଷୟରେ ମୁଖ୍ୟ ବକ୍ତା ଓ ଅନ୍ୟ ଅତିଥିବୃନ୍ଦ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

ଏହି ଉତ୍କଳୀୟମ ଫାଉଣ୍ଡେସନ କେବଳ ଓଡିଶା ନୁହେଁ ଓଡିଶା ବାହାରେ ଏକ ଟ୍ରଷ୍ଟ ଭାବେ କାର୍ଯ୍ୟ କରି ଆସୁଅଛି। ଏହି ଫାଉଣ୍ଡେସନ ବର୍ତମାନ ସୁଧା ୧୧ ଟି ରାଜ୍ୟରେ କାର୍ଯ୍ୟ କରି ଆସୁଅଛି। ଆଜିର କାର୍ଯ୍ୟକ୍ରମ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା। ୨୦୧୪ ମସିହାରୁ ଉତ୍କଳୀୟମ ଫାଉଣ୍ଡେସନ ପକୃତି, ସଂସ୍କୃତି ଓ ମାନବିକ ଅଧିକାର ସୁରକ୍ଷା କ୍ଷେତ୍ରରେ ସମଗ୍ର ଭାରତ ବର୍ଷରେ କାର୍ଯ୍ୟ କରିଆସୁଅଛି। ଏବେ ଏହି ସଂଗଠନ ଭୁବନେଶ୍ୱରରେ କେବଳ ଓଡିଶାରେ ସୀମିତ ହୋଇ ନାହିଁ, ତାହା ଦେଶ ଓ ରାଜ୍ୟ ରାଜ୍ୟ ମଧ୍ୟରେ ପ୍ରସିଦ୍ଧି ଲାଭ କରିଛି ବୋଲି ମୁଖ୍ୟ ଅତିଥି ନାରାୟଣ ମହାପାତ୍ର ମତ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜସୁନାଖଳାର ସ୍ପ୍ରିଙ୍ଗ ଗାର୍ଲସ ପ୍ରିୟା ପ୍ରିୟଦର୍ଶିନୀ ନାୟକ, ରଣପୁରର ଓଡିଶୀ ନୃତ୍ୟଶିଳ୍ପୀ ସ୍ୱୟଂସିଦ୍ଧା ସେଠୀ ଓ ରଣପୁର ନନ୍ଦପୁର କେଳା କେଳୁଣୀ କଳାର ନିଖୁଣ ଅଭିନୟ ଅଜୟ ଦାସ ଓ ତାଙ୍କ ଟିମ କିଛି ସମୟ ପର୍ଯ୍ୟନ୍ତ ଆକର୍ଷଣୀୟ ତଥା ଚମତ୍କାର ଭାବେ କଳା ପ୍ରଦର୍ଶନ କରିଥିଲେ। ଏଥିରେ ବିଭିନ୍ନ ବୁଦ୍ଧିଜୀବି , ସାମାଜିକ କର୍ମୀ, ସାମ୍ବାଦିକ, ପୋଲିସ, ସରପଞ୍ଚ, ଗୋସେବକ, କୁନି ନୃତ୍ୟ ଶିଳ୍ପୀ, ଶିକ୍ଷକ, କବି କବୟିତ୍ରୀଙ୍କୁ ମାନପତ୍ର ଓ ଉପଢୌକନ ଦିଆ ଯାଇ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡିଶାର ଅଞ୍ଚଳର କୋଣ ଅନୁକୋଣରୁ ବିଭିନ୍ନ ବ୍ୟକ୍ତିଙ୍କ ସହ ସୁଶାନ୍ତ ନାୟକ, ସ୍ୱପେଶ୍ୱର ବରାଡ଼, ଅମୃତା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଉତ୍କଳୀୟମ ଫାଉଣ୍ଡେସନ ନୟାଗଡ଼ ଜିଲ୍ଲା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026

ରାସ୍ତା ମଝିରେ ମରଣାନ୍ତକ ଆକ୍ରମଣ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.