ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓ ପଶ୍ଚିମ ଓଡିଶାର ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଛି।