Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ
ଆଜିର ଖବର

ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ

August 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଯୁବ ବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସଶକ୍ତିକରଣକୁ ପ୍ରାଥମିକତା ଦେଇ ଏହି ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହାକି ଅଗଷ୍ଟ ୧୨ ରୁ ଆରମ୍ଭ ହୋଇ ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ। ଏହା ମାଧ୍ୟମରେ ତୃଣମୂଳ ସ୍ତରରେ ଏଚ୍.ଆଇ.ଭି ସମ୍ପର୍କିତ ସଚେତନତାକୁ ଆହୁରି ବ୍ୟାପକ କରାଯିବ। ଏହା ଦ୍ଵାରା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡ଼ିଶା, ସମୃଦ୍ଧ ଓଡ଼ିଶା ସହ ଯୁବବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସୁନିଶ୍ଚିତ କରିବାର ସ୍ଵପ୍ନ ନିଶ୍ଚିତ ଭାବେ ପୂରଣ ହେବାରେ ସହାୟକ ହେବ ବୋଲି ମନ୍ତ୍ରୀ ଡ. ମହାଲିଙ୍ଗ କହିଛନ୍ତି।

ସେହିପରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ଦିନଠୁ ସମସ୍ତେ ସଂକଳ୍ପ ନେବା ସହ ରୋଗକୁ ଦୂରେଇ ଦେବା ମାତ୍ର ରୋଗୀଙ୍କୁ ନୁହେଁ ବୋଲି ଅନୁରୋଧ କରିଛନ୍ତି। ଏହି ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଘୃଣା ଦୃଷ୍ଟିରେ ନଦେଖି ସେମାନଙ୍କୁ ବଞ୍ଚିବାର ବିଶ୍ବାସ ଓ ଭରଷା ଦେଇ ଉତ୍ସାହିତ କରିବାକୁ ଉପସ୍ଥିତଙ୍କୁ ଅନୁରୋଧ ପୂର୍ବକ ଜଣାଇଛନ୍ତି। ଏହି ଅଭିଯାନକୁ ଆହୁରି ବ୍ୟାପକ କରିବା ଏବଂ ଅଧିକରୁ ଅଧିକ ଲୋକଙ୍କୁ ସଚେତନ କରାଇବା ପାଇଁ ସେ ସମସ୍ତ ଯୁବବନ୍ଧୁଙ୍କୁ ଆହ୍ଵାନ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ମାନ୍ୟବର ସୋରଡ଼ା ବିଧାୟକ ଶ୍ରୀ ନୀଳମଣି ବିଶୋଇ, ମାନ୍ୟବର କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଜିଲ୍ଲାପାଳ କୀର୍ତ୍ତି ଭାସନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଏମ୍.କେ.ସି.ଜି ମେଡିକାଲ୍ କଲେଜର ଅଧ୍ୟକ୍ଷ, ଓସାକ୍ସ (OSACS)ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏଚ୍ ଆଇ ଭି ଡ. ମୁକେଶ ମହାଲିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026
Latest News

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.