Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 
ଆଜିର ଖବର

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 

August 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ।
ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ। ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।
 ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।
ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।
ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି। ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।
ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
  ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ।
ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

January 13, 2026

ଆଜି ଜାନୁୟାରୀ ୧୩ ତାରିଖ ମଙ୍ଗଳବାରରେ କଣ ରହିଛି ଆପଣଙ୍କ ଭାଗ୍ୟ ଓ ଭବିଷ୍ୟତ, ପଢନ୍ତୁ ରାଶିଫଳ

January 13, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026
Latest News

ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

January 13, 2026

ଆଜି ଜାନୁୟାରୀ ୧୩ ତାରିଖ ମଙ୍ଗଳବାରରେ କଣ ରହିଛି ଆପଣଙ୍କ ଭାଗ୍ୟ ଓ ଭବିଷ୍ୟତ, ପଢନ୍ତୁ ରାଶିଫଳ

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.