Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୬ ରେ ସମନ୍ୱୟ ସମିତି ପକ୍ଷରୁ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: କାହିଁକି?
ଆଜିର ଖବର

ଅଗଷ୍ଟ ୧୬ ରେ ସମନ୍ୱୟ ସମିତି ପକ୍ଷରୁ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: କାହିଁକି?

August 13, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସମନ୍ୱୟ ସମିତି
ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି
ଭୁବନେଶ୍ୱର: ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବ୍ୟାନରରେ ବହୁବର୍ଷ ଧରି ଶିକ୍ଷକ ମହାସଂଘ ଦ୍ୱାରା କ୍ରାନ୍ତିର ସ୍ୱର ସାଜି ପାଳିତ ହୋଇ ଆସୁଥିବା ଐତିହାସିକ ଅଗଷ୍ଟ ୧୬ ତାରିଖ ଶିକ୍ଷକ ଦାବିଦିବସରେ ରାଜଧାନୀର ରାଜରାସ୍ତାରେ ଏକ ବିଶାଳ ଶିକ୍ଷକ ସମାବେଶ ସଂଗଠିତ କରିବାକୁ ଯାଉଛନ୍ତି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ପ୍ରେସ୍‌ମିଟ୍ ଜରିଆରେ ଗଣମାଧ୍ୟମକୁ ଜଣାଇଛନ୍ତି। ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା ଏବଂ ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ପେନସନ୍‌, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ ପ୍ରଦାନ କ୍ଷେତ୍ରରେ ସରକାରଙ୍କ ଅହେତୁକ ବିଳମ୍ବର ପ୍ରତିବାଦରେ ଏ ସମାବେଶ ଅନୁଷ୍ଠିତ ହେଉଛି ବୋଲି ସମନ୍ୱୟ ସମିତି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସୂଚନାଥାଉକି, ୨୦୦୪ ରୁ ୨୦୨୫ ମସିହା ମଧ୍ୟରେ ପାଞ୍ଚ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଶୂନ୍ୟ ହସ୍ତରେ ଅବସର ନେଇଛନ୍ତି ଓ ମୃତ୍ୟୁବରଣ କରିଛନ୍ତି। ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁବାବୁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ୧୯୯୪ ମସିହାରେ ୩୦୧୨ ବିଦ୍ୟାଳୟ ସରକାରୀକରଣ ହୋଇଥିଲା। ବର୍ତ୍ତମାନର ନୂତନ ସରକାର ୩୦ ବର୍ଷ ପରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ କଲେ ଉଲ୍ଲେଖିତ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ। ଅନୁଦାନଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଚାକିରି ସର୍ତ୍ତାବଳୀ ସହିତ ପେନସନ୍ ପ୍ରଦାନ କରିବା,  ନୂତନ ପେନସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା, ୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ କରିବା, ୨୦୦୪ ମସିହାଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀ ମାନଙ୍କୁ ପେନସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀ କରଣ, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଏବଂ ରାଜ୍ୟର ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମାନ ସରକାରୀ ସୁବିଧା ସୁଯୋଗ ଯଥା- ଶିକ୍ଷାଉପକରଣ, ପୋଷାକ ଓ ସାଇକେଲ ଆଦି ଯୋଗାଇ ଦେବା ଇତ୍ୟାଦି ଦାବି ସମୂହ ପୂରଣ ହେଲେ ଓଡ଼ିଶାର ଶିକ୍ଷା, ଶିକ୍ଷକ, ଶିକ୍ଷାର୍ଥୀଙ୍କ ଅବସ୍ଥା ସୁଧୁରିବା ସହିତ ବିଦ୍ୟାଳୟଗୁଡ଼ିକରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି ହେବ। ୨୫ ରୁ ୩୦ ବର୍ଷ ବିନା ପାରିଶ୍ରମିକରେ ବୁଭୁକ୍ଷୁ ଅବସ୍ଥାରେ କାର୍ଯ୍ୟ କରୁଥିବା ଅନୁଦାନ ଯୋଗ୍ୟ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କର ଏହିସବୁ ଅସମାହିତ ସମସ୍ୟାର ସମାଧାନ ନିମନ୍ତେ ଓଡ଼ିଶାର ବହୁ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଗାନ୍ଧୀମାର୍ଗରେ ଅଗଷ୍ଟ ମାସ ୧୬ ତାରିଖରେ ସମବେତ ହେବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିଦ୍ୱାରା ଅଗଷ୍ଟ ୨ ତାରିଖରେ ବ୍ଲକ୍ ଶିକ୍ଷାଧିକାରୀ ଏବଂ ଅଗଷ୍ଟ ୮ ତାରିଖରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ସରକାରଙ୍କୁ ତାଙ୍କର ଦାବିପତ୍ର ପ୍ରଦାନ କରାଯାଇଛି।
ଆସନ୍ତା ଅଗଷ୍ଟ ୧୬ ତାରିଖରେ ହଜାର ହଜାର ଶିକ୍ଷକ ଓ ଶିକ୍ଷା କର୍ମଚାରୀ କଂଗ୍ରେସଭବନ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଲୋୟର ପି.ଏମ୍‌.ଜି. ଅଭିମୁଖେ ଅଗ୍ରସର ହେବେ। ବିଧାନସଭା ସମ୍ମୁଖସ୍ଥ ଗାନ୍ଧିମାର୍ଗରେ ସଭା ଅନୁଷ୍ଠିତ ହେବ। ଉକ୍ତ ସଭାରେ ବୁଦ୍ଧିଜୀବୀ, ବିଶିଷ୍ଟ ବ୍ୟକ୍ତି ଓ ବିଧାୟକମାନେ ଉପସ୍ଥିତ ରହି ଉଦ୍‌ବୋଧନ ଦେବେ। ରାଜ୍ୟ ସରକାର ତୁରନ୍ତ ସମନ୍ୱୟ ସମିତିର ନେତୃତ୍ୱ ମାନଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା, ଗଦାଧର ଶତପଥି ଏବଂ ମଧୁସୂଦନ ଦେ ପ୍ରମୁଖ ଦୃଢ଼ ଚେତାବନୀ ଦେଇଛନ୍ତି।
ପେନସନ୍ ବିଶାଳ ଶିକ୍ଷକ ସମାବେଶ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.