ପୁରୀ: ଆଜି ୭୯ ତମ ସ୍ୱାଧୀନତା ଦିବସ ଅବସରରେ ପୁରୀ ଜିଲ୍ଲା ରେଡକ୍ରସ ଶାଖା ପକ୍ଷରୁ ଗୋପବନ୍ଧୁ ଆୟୁର୍ବେଦ ମେଡ଼ିକାଲ କଲେଜରେ ଆୟୋଜିତ ରକ୍ତଦାନ ଶିବିରକୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଶୁଭାରମ୍ଭ କରିଥିଲେ। ତତ୍ ସହିତ ସେଠାରେ ରକ୍ତଦାନ କରୁଥିବା ସ୍ୱେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିବା ସହିତ ଶିବିରରେ ରକ୍ତ ସଂଗ୍ରହ କରୁଥିବା ମେଡିକାଲ କର୍ମଚାରୀ ଓ ଆୟୋଜକ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
ଏହି କାର୍ଯ୍ୟକ୍ରମ ଅବସରରେ ମାନ୍ୟବର ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୁରୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ଜୟନ୍ତ ଷଢଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ।