Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶପ୍ରେମର ଅନନ୍ୟ ମହକରେ ଏମ୍ସ ଭୁବନେଶ୍ୱରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ
ଆଜିର ଖବର

ଦେଶପ୍ରେମର ଅନନ୍ୟ ମହକରେ ଏମ୍ସ ଭୁବନେଶ୍ୱରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

August 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶପ୍ରେମର ଅନନ୍ୟ ମହକ
ଦେଶପ୍ରେମର ଅନନ୍ୟ ମହକରେ ଏମ୍ସ ଭୁବନେଶ୍ୱରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ମହକରେ ଏମ୍‌ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୯ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ଏହି ଅବସରରେ ଡ. ବିଶ୍ବାସ ସ୍ୱାସ୍ଥ୍ୟ, ଚିକିତ୍ସା ବିଜ୍ଞାନ ଏବଂ ଗବେଷଣା କ୍ଷେତ୍ରରେ ଏମ୍‌ସ ଭୁବନେଶ୍ୱରର ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ। ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ଏହି ଅନୁଷ୍ଠାନ ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ସହିତ ଏକ ଉତ୍କର୍ଷ କେନ୍ଦ୍ର ପାଲଟିଥିବା ସେ ପ୍ରକାଶ କରିଥିଲେ। ଏହି ଜାତୀୟ ଅନୁଷ୍ଠାନ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏକାଧିକ ପ୍ରକଳ୍ପ ସଂପର୍କରେ ସୂଚନା ଦେଇଥିଲେ ଡ. ବିଶ୍ୱାସ।

ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍‌ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ଏନେଇ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ଡ. ବିଶ୍ବାସ। ନିକଟରେ ଏହି ଅନୁଷ୍ଠାନକୁ ଏନ୍ଆଇଆରଏଫ୍ ପକ୍ଷରୁ ରାଜ୍ୟର ଶ୍ରେଷ୍ଠ ମେଡିକାଲ୍ କଲେଜର ମାନ୍ୟତା ପ୍ରଦାନ କରିଛି।

ଏହି ଅବସରରେ କର୍ତ୍ତବ୍ୟନିଷ୍ଠା ଏବଂ କର୍ମକୁଶଳତା ନିମନ୍ତେ ବିଭିନ୍ନ ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କର୍ମଚାରୀମାନଙ୍କୁ ମଧ୍ୟ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସମ୍ମାନିତ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟାପକ/ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ ପରିବେଶକୁ ଭାବମୟ କରିଥିଲା।

ଅନ୍ୟମାନଙ୍କ ମଧ୍ୟରେ, ଡିନ୍‌ ଡ. ପି ଆର ମହାପାତ୍ର, ଡ. ସତ୍ୟଜିତ୍ ମିଶ୍ର, ଡ. ସୌଭାଗ୍ୟ ଜେନା, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଅଭିଜିତ ସରକାର ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇଥିଲେ। ଡିଡିଏ ଅଭିଜିତ ସରକାର ସମସ୍ତଙ୍କୁ କୃତଜ୍ଞତା ଜଣାଇ ଏମ୍‌ସ ଭୁବନେଶ୍ୱରର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଉଦ୍ୟମ କରିବାକୁ ଆହ୍ବାନ ଦେଇଥିଲେ।

79 ସ୍ବାଧୀନତା ଦିବସ aiimsbhubaneswar ଏମସ ଭୁବନେଶ୍ବର ସ୍ବାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026
Latest News

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.