ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ତେଣୁ ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ତିନୋଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସଜାଗ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ବଙ୍ଗୋପସାଗରରେ ମନସୁନ୍ ଟ୍ରାପ୍ ଲାଇନ୍ ସହିତ ଘୂର୍ଣ୍ଣିବଳୟ ମଧ୍ୟ ରହିଛି । ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ସୋନପୁର ଜିଲ୍ଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ଆଗାମୀ ୨୪ ଘଣ୍ଟା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।