Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି
ଆଜିର ଖବର

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Admission
ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in।

ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ, ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ।

ଏ ବର୍ଷ ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ

ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି।

ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଂଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଫୋନ (୦୬୭୪-୨୩୦୧୩୪୮, ୨୯୭୧୦୭୧) କିମ୍ବା ଇ-ମେଲ (rcbhubaneswar@ignou.ac.in, admissionrc21@ignou.ac.in) ଜରିଆରେ ଯୋଗାଯୋଗ କରିପାରିବେ  ବୋଲି ଇଗ୍ନୋ, ଭୁବନେଶ୍ୱରର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଜଣାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025
Latest News

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.