Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି
ଆଜିର ଖବର

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋ ଆଞ୍ଚଳିକ କେନ୍ଦ୍ର
ଇଗ୍ନୋରେ ଜୁଲାଇ ସତ୍ର ପାଇଁ ନାମଲେଖା ସୁଯୋଗ: ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in।

ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ, ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ।

ଏ ବର୍ଷ ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ

ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି।

ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଂଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଫୋନ (୦୬୭୪-୨୩୦୧୩୪୮, ୨୯୭୧୦୭୧) କିମ୍ବା ଇ-ମେଲ ([email protected], [email protected]) ଜରିଆରେ ଯୋଗାଯୋଗ କରିପାରିବେ  ବୋଲି ଇଗ୍ନୋ, ଭୁବନେଶ୍ୱରର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସନ୍ତୋଷ କୁମାର ପାଣିଗ୍ରାହୀ ଜଣାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026
Latest News

ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତ୍ରି-ଭାଷା ନୀତିରୁ ଛାଡ଼ କରିବାକୁ ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 29, 2026

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026

ସୁପ୍ରିମକୋର୍ଟଙ୍କ କଠୋର ପରାମର୍ଶ: ଟ୍ରାଫିକ୍ ଚାଲାଣ ନଦେଲେ କଟିବ ବିଜୁଳି ସଂଯୋଗ

September 29, 2026

ଡବ୍ଲ୍ୟୁପିଏଲ୍ ୨୦୨୭: ରିଟେନ୍-ରିଲିଜ୍ ତାଲିକା ପ୍ରକାଶ, ଅକ୍ଟୋବର ୨୮ରେ କୋଚିରେ ମିନି ଅକ୍ସନ୍

September 29, 2026

‘ରବି ଅଭିଯାନ ୨୦୨୬’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.