Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି
ଆଜିର ଖବର

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି
ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ।

ବୈଠକର ଆଲୋଚନାରୁ ଜଣା ଯାଇଛିଯେ, ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ତଥା ମେଡିକାଲ ଅଫିସର ନିଯୁକ୍ତି ପାଇବେ ଏବଂ ଆହୁରି ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ମଧ୍ୟ ନିଯୁକ୍ତି ପାଇବେ। ରାଜ୍ୟର ସମସ୍ତ ସ୍ଥାନରେ ଉପଯୁକ୍ତ ସଂଖ୍ୟାରେ ମେଡିକାଲ ଅଫିସର ନିଯୁକ୍ତି ନିମନ୍ତେ ସୁବ୍ୟବସ୍ଥାକରଣ (rationalisation) ପ୍ରକ୍ରିୟା କରାଯିବା ସହିତ ଆଦିବାସୀ ଅଧୁଷିତ ଅଂଚଳ ମାନଙ୍କରେ ଅଧିକରୁ ଅଧିକ ଡାକ୍ତର ନିଯୁକ୍ତି ପ୍ରଦାନ କରିବା ପାଇଁ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆଷୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ଖୁବ ଶୀଘ୍ର ରାଜ୍ୟ ସରକାର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ ମେଡିକାଲ କଲେଜରେ ପି.ଜି. ସିଟ ସଂଖ୍ୟା ବୃଦ୍ଧି, ମେଡିକାଲ କଲେଜର ଭିତ୍ତିଭୂମି ବିକାଶ, ସ୍ୱାସ୍ଥ୍ୟ ସେବା ଛଡା ଅନ୍ୟାନ୍ୟ ଆବଶ୍ୟକୀୟ ପଦବୀ ପୂରଣ ଓ ଟେକ୍ନିକାଲ ଷ୍ଟାଫଙ୍କ ନିଯୁକ୍ତି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଉକ୍ତ ବୈଠକରେ ଆଲୋଚନା କରି ଏଥି ନିମନ୍ତେ ବିଭାଗୀୟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରତ୍ୟେକ ଦୁର୍ଘଟଣା ପ୍ରବଣ ଅଂଚଳରେ Integrated Trauma Care Centre ସ୍ଥାପନ ପାଇଁ ଗୁରୁତ୍ୱ ଦେବା, ଯେଉଁ ସ୍ଥାନକୁ ଡାକ୍ତର ମାନେ ଯିବାପାଇଁ ଅରାଜି ହେଉଛନ୍ତି ସେହି ସ୍ଥାନ ମାନଙ୍କରେ ଡାକ୍ତରଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଏବଂ ଆୟୁଷ ଡାକ୍ତରଙ୍କ ବିଭିନ୍ନ ସମସ୍ୟା ବିଷୟରେ ଏହି ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ସମସ୍ୟା, ନିଯୁକ୍ତି, ବେତନ, ମେଡିକାଲ ଶିକ୍ଷାରେ ସିଟ ବୃଦ୍ଧି ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ସଚିବ, ଅଶ୍ୱଥି ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡଃ ବୃନ୍ଦା ଡ଼ି, ଓଡିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେସନ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶିକା ଡଃ ପୋମା ଟୁଡୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ମେଡିକାଲ କଲେଜ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.