Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Skill india
ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ନେବା ଲାଗି ଆଗ୍ରହୀ ପ୍ରାର୍ଥୀମାନେ ୨୦୨୫ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ଆବେଦନ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନଲାଇନ ଦରଖାସ୍ତ ଆହ୍ୱାନ କରାଯାଉଛି।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟ www.worldskillcenter.org ମାଧ୍ୟମରେ ଆବେଦନ କରିପାରିବେ। ଏ ବିଷୟରେ ଅଧିକ ଜାଣିବା ପାଇଁ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ର – ଭାରତର ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣଙ୍କ ଦ୍ୱାରା ପରିଚାଳିତ ସ୍କିଲ୍ଡ ଇନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି। ଏହି ପାଠ୍ୟକ୍ରମର ଅବଧି ୧ ବର୍ଷ ରହିଛି।

ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ମେକାନିକାଲ ଆଣ୍ଡ୍ ଇଲେକ୍ଟ୍ରିକାଲ ସର୍ଭିସେସ, ଏୟାର କଣ୍ଡିସନିଂ ଆଣ୍ଡ୍ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ପ୍ରିସିସନ ଇଞ୍ଜିନିୟରିଂ ଭଳି ୫ଟି ଆଧୁନିକ ବିଷୟରେ ନାମଲେଖା ପାଇଁ ଆବେଦନ ଗ୍ରହଣ କରାଯାଉଛି।

ଏଥିପାଇଁ ଆଗ୍ରହୀ ପ୍ରାର୍ଥୀ କୌଣସି ସରକାରୀ ବା ଘରୋଇ ଅନୁଷ୍ଠାନରୁ ଯେ କୌଣସି ବିଷୟରେ ୨ ବର୍ଷିଆ ଆଇଟିଆଇ ବା ୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ। ସେହିପରି ‘ବ୍ୟୁଟି ଆଣ୍ଡ ୱେଲନେସ୍’ ପାଠ୍ୟକ୍ରମ ପାଇଁ ପ୍ରାର୍ଥୀ ଯୁକ୍ତ ୨ କିମ୍ବା ସଂପୃକ୍ତ ବିଷୟରେ ଆଇଟିଆଇ ଓ କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମ ପାଇଁ ଅନ୍ୟ ରାଜ୍ୟର ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ। ସେମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି ଓ ଅତ୍ୟାଧୁନିକ ଲାବୋରେଟୋରି ରହିଛି। ତା’ ସହ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଷୟଗତ ପାଠ୍ୟକ୍ରମ ଛଡ଼ା ଜୀବନ ଏବଂ ନିଯୁକ୍ତି ଭିତ୍ତିକ ଦକ୍ଷତା ତାଲିମ ଅଧୀନରେ ଯୋଗାଯୋଗ, ନେତୃତ୍ୱ ଓ ବ୍ୟକ୍ତିତ୍ୱ ବିକାଶ ଏବଂ ଡିଜିଟାଲ ସାକ୍ଷରତା ଆଦି ଉପରେ ପ୍ରଶିକ୍ଷଣ ଦିଆଯାଉଛି।

ସେହିପରି ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି। ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନ ଆବେଦନ ନାମଲେଖା ଆବେଦନ ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.