Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ
ଆଜିର ଖବର

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Inter Group sainik school sports and culture meet
ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲରେ ମଙ୍ଗଳବାର ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ ହୋଇଛି। ଆସନ୍ତା ୨୨ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ଛତିଶଗଡ଼ ଅମ୍ୱିକାପୁର ସୈନିକ ସ୍କୁଲ୍, ଆନ୍ଧ୍ରପ୍ରଦେଶର କୋରୁକୋଣ୍ଡା ସୈନିକ ସ୍କୁଲ୍ ଓ ସମ୍ୱଲପୁର ସୈନିକ ସ୍କୁଲର କ୍ୟାଡେଟ୍ ମାନେ ଅଂଶଗ୍ରହଣ କରିଛନ୍ତି।

କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ କ୍ୟାଡେଟ୍ ମାନଙ୍କୁ ଶୃଙ୍ଖଳା, କ୍ରୀଡା ଦକ୍ଷତା ଓ ସାମଗ୍ରିକ ବିକାଶରେ ଉଲ୍ଲେଖନୀୟ ଭୂମିକା ପାଇଁ ପ୍ରଶଂସା କରିଛନ୍ତି। ଏଥିସହ କ୍ରୀଡ଼ା ଓ ସାଂସ୍କୃତିକ ଆଦାନପ୍ରଦାନ ମାଧ୍ୟମରେ ସହଭାଗିତା, ସାମାଜିକ ପ୍ରୀତି ଓ ଜାତୀୟ ଏକତାକୁ ଶକ୍ତିଶାଳୀ କରିବାର ଆବଶ୍ୟକତା ଉପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗୁରୁତ୍ବାରୋପ କରିଛନ୍ତି । ଭୁବନେଶ୍ୱର ସୈନିକ ସ୍କୁଲର ଅଧ୍ୟକ୍ଷ କର୍ଣ୍ଣେଲ ପଙ୍କଜ କୁମାର କ୍ୟାଡେଟମାନଙ୍କ ମଧ୍ୟରେ ସୁସମ୍ପର୍କ, ଧୈର୍ଯ୍ୟ ଓ ଦଳୀୟ ମନୋଭାବ ପ୍ରସାରିତ କରିବାରେ ପ୍ରତିଯୋଗିତାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।

ପୃଥ୍ୱୀରାଜ ହରିଚନ୍ଦନ ସୈନିକ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.