ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି। ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶାର ଉପକୂଳ ଉପରେ ଲଘୁଚାପ ଏବେ ସକ୍ରିୟ ରହିଛି। ଆଗାମୀ ୨୪ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି। ମଙ୍ଗଳବାର କୋରାପୁଟ, ନୂଆପଡା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଅତି ପ୍ରବଳରୁ ଅତି ପ୍ରବଳ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ରେଡ ୱାର୍ଣ୍ଣିଂ ଜାରି କରିଛି।
