ଭୁବନେଶ୍ଵର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସିଂଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟିର ୧୩୯ତମ ବୈଠକରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହିସବୁ ପ୍ରକଳ୍ପ ଅନୁଗୋଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ ଓ ଝାରସୁଗୁଡା ଆଦି ୮ଟି ଜିଲ୍ଲାରେ ୮ ହଜାର ୨ ଶହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଇଛି।