ନୂଆଦିଲ୍ଲୀ: ଆଜି ସକାଳେ ପାଟନା ଜିଲ୍ଲାର ଦନିୱାମ୍ଭାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଲୋକ ଏକ ଅଟୋ ଯୋଗେ ଗଙ୍ଗା ସ୍ନାନ କରିବାକୁ ନାଳନ୍ଦାରୁ ଫତୁହା ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ରାସ୍ତାରେ ଏକ ଦ୍ରୁତଗାମୀ ଟ୍ରକ୍ ଅଟୋକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରରେ ଥିଲା ଯେ, ଅଟୋଟି ଖଣ୍ଡ ଖଣ୍ଡ ହୋଇଯାଇଥିଲା।
ଏହା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ, ଯାହା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା, ଯେଉଁଠାରୁ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ପାଟନା ସ୍ଥାନାନ୍ତର କରାଯାଇଛି।