ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆଜି ଏବଂ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ଗଭୀର ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।