ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।