ଭୁବନେଶ୍ଵର: କୃଷି ଭିତ୍ତିକ ମହାନ୍ ଗଣପର୍ବ ନୂଆଖାଇ ଅବସରରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରିଦେବା ସାଙ୍ଗକୁ କୃଷିକ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ଓ ପ୍ରଗତିଶୀଳ ରାଜ୍ୟରେ ପରିଣତ କରିବାକୁ ରାଜ୍ୟପାଳ ଆହ୍ୱାନ ଜଣାଇଛନ୍ତି।