Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଆରମ୍ଭ ହେଲା ଗୋଟିପୁଅ ନୃତ୍ୟ ଉତ୍ସବ, ସାମିଲ ହୋଇଛନ୍ତି ୨୦ଟି ନୃତ୍ୟ ଦଳ
ଆଜିର ଖବର

ଭୁବନେଶ୍ବରରେ ଆରମ୍ଭ ହେଲା ଗୋଟିପୁଅ ନୃତ୍ୟ ଉତ୍ସବ, ସାମିଲ ହୋଇଛନ୍ତି ୨୦ଟି ନୃତ୍ୟ ଦଳ

August 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଆରମ୍ଭ ହେଲା
ଭୁବନେଶ୍ବରରେ ଆରମ୍ଭ ହେଲା ଗୋଟିପୁଅ ନୃତ୍ୟ ଉତ୍ସବ, ସାମିଲ ହୋଇଛନ୍ତି ୨୦ଟି ନୃତ୍ୟ ଦଳ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆଜିଠାରୁ ଆରମ୍ଭ ହୋଇଯାଇଛି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଲୋକକଳା ସଂଘର ମିଳିତ ସହଯୋଗରେ ଏହି ରାଜ୍ୟ ସ୍ତରୀୟ ନୃତ୍ୟ ମହୋତ୍ସବ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବରେ ୨୦ଟି ନୃତ୍ୟ ଦଳ ଅଂଶଗ୍ରହଣ କରିଛନ୍ତି।

ଆଜିର କାର୍ଯ୍ୟକ୍ରମରେ ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ଇଲିଆନା ସିତାରିଷ୍ଟ, ଗୁରୁ ରାମହରି ଦାସ, ଡ଼. ଚିତ୍ତରଞ୍ଜନ ମଲିଆ, ଗୁରୁ ଗୋବିନ୍ଦ ଗୋପାଳ, ସଙ୍ଗୀତଜ୍ଞ ଡ଼. ସଂଗୀତା ଗୋସାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ସଂସ୍କୃତି ବିଭାଗର ଉପନିର୍ଦ୍ଦେଶିକା ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

“ଗୋଟିପୁଅ ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବର ଆୟୋଜନ ମାଧ୍ୟମରେ ନୃତ୍ୟ ପ୍ରତିଭାର ବିକାଶ ହେବା ସହିତ ଆମ ପାରମ୍ପରିକ ନୃତ୍ୟର ପ୍ରଚାର ଓ ପ୍ରସାର ହୋଇପାରୁଛି”, ବୋଲି କହିଛନ୍ତି ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚିସ୍ମିତା ମନ୍ତ୍ରୀ। ଆଜିର କାର୍ଯ୍ୟକ୍ରମରେ “ଗୋଟିପୁଅର ଗାୟନ, ବାଦନ ଓ ପରିବେଷଣ”କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।

ଆଜି ପ୍ରଥମ ଦିନରେ ଚନ୍ଦ୍ରଶେଖର ଗୋଟିପୁଅ କଳା ସଂସଦ, କୈଳାସ ଗୋଟିପୁଅ ନୃତ୍ୟ ପ୍ରତିଷ୍ଠାନ, ମା’ ଅଷ୍ଟଭୁଜା ଗୋଟିପୁଅ କଳା ପରିଷଦ, ମୂର୍ଚ୍ଛନା ଗୋଟିପୁଅ, ବାବା ଗୋରେଖନାଥ ଗୋଟିପୁଅ ଡ୍ୟାନ୍ସ ଆସୋସିଏସନ, ମା ସନ୍ତୋଷୀ ଗୋଟିପୁଅ, ବାଙ୍କେଶ୍ୱରୀ ଗୋଟିପୁଅ ନୃତ୍ୟ ପରିଷଦ ଆଦିର ନୃତ୍ୟଶିଳ୍ପୀମାନେ ଗୋଟିପୁଅ ନୃତ୍ୟ ପରିବେଷଣ କରିଥିଲେ।

ଗୋଟିପୁଅ ଗୋଟିପୁଅ ନୃତ୍ୟ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.