ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ନେତୃତ୍ୱରେ ଆଜି ଗଞ୍ଜାମ ଜିଲ୍ଲାର ଚାଷୀ ମାନଙ୍କ ବିଭିନ୍ନ ସମସ୍ୟା ଏବଂ ସାରର ଅଭାବକୁ ନେଇ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ପୁର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପୁର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ପୁର୍ଣ୍ଣ ଚନ୍ଦ୍ର ସ୍ବାଇଁ, ସୁର୍ଯ୍ୟମଣି ବୈଦ୍ୟ, ବରିଷ୍ଠ ନେତା ସୁବାଷ ମହାରଣାଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗ ଦେଇଥିଲେ।