Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଏଚଜି ମହିଳାଙ୍କ ପାଇଁ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ
ଆଜିର ଖବର

ଏସଏଚଜି ମହିଳାଙ୍କ ପାଇଁ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ

September 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ୱତନ୍ତ୍ର ତାଲିମ
ଏସଏଚଜି ମହିଳାଙ୍କ ପାଇଁ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବର୍ତ୍ତମାନ ବ୍ୟୁଟି, ମେକଅପ୍, ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର (ଏସଏଚଜି) ସଦସ୍ୟମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ଜୀବିକାର ନୂଆ ବାଟ ସୃଷ୍ଟି କରିବା ଲାଗି ବିଶେଷ ପଦକ୍ଷେପ ନିଆଯାଉଛି। ଏଥିପାଇଁ ମିଶନ ଶକ୍ତି ବିଭାଗର ସହଭାଗିତାରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି।

ଏହି କାର୍ଯ୍ୟକ୍ରମ ଚାରି ମାସ ଧରି ଚାଲିବ। ଏଥିରେ ରାଜ୍ୟର ୮ଟି ଜିଲ୍ଲାର ୨୧ ଜଣ ଏସଏଚଜି ମହିଳା ଭାଗ ନେଇଛନ୍ତି। ସେମାନଙ୍କୁ ‘କସମେଟୋଲୋଜି ଏବଂ ଉଦ୍ୟୋଗ ବିକାଶ’ ଆଦି ବିଷୟରେ ଆବଶ୍ୟକ ତାଲିମ ଦିଆଯିବ।

ଉଦଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ରଶ୍ମିତା ପଣ୍ଡା ଏବଂ ମିଶନ ଶକ୍ତି ବିଭାଗର ନିର୍ଦ୍ଦେଶିକା ଡକ୍ଟର ମୋନିକା ପ୍ରିୟଦର୍ଶିନୀ ଯୋଗଦେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଏସଏଚଜି ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

‘‘ଏସଏଚଜି ମହିଳାମାନେ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭା ଦେଖାଉଛନ୍ତି। ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ସେମାନଙ୍କୁ ସମୟଉପଯୋଗୀ ତାଲିମ ଦିଆଯିବା ଫଳରେ ସେମାନଙ୍କ ଦକ୍ଷତା ନୂଆ ଉଚ୍ଚତାକୁ ଯାଇପାରିବ। ନିଜେ ରୋଜଗାରକ୍ଷମ ହେବା ସହ ଅନ୍ୟମାନଙ୍କୁ ମଧ୍ୟ ରୋଜଗାର ଦେଇପାରିବେ। ଫଳରେ ସେମାନେ ଆର୍ଥିକ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହୋଇପାରିବେ,’’ କହିଛନ୍ତି ମିଶନ ଶକ୍ତି ବିଭାଗର ନିର୍ଦ୍ଦେଶିକା ଡକ୍ଟର ମୋନିକା ପ୍ରିୟଦର୍ଶିନୀ।

‘‘ଏସଏଚଜି ମହିଳାମାନେ ନିଜ ଅଞ୍ଚଳରେ କିପରି ନୂଆ ନୂଆ ଉଦ୍ୟୋଗ ସ୍ଥାପନ କରିପାରିବେ ତା’ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଏଥିପାଇଁ ସେମାନଙ୍କ ଦକ୍ଷତା ବିକାଶ ସହିତ ଅନୁକୂଳ ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଉଛି। ଏହାଦ୍ୱାରା ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ। ତା’ ସହ ‘ଲକ୍ଷପତି ଦିଦି’ ସୃଷ୍ଟି କରିବା ଦିଗରେ ଏହି କାର୍ଯ୍ୟକ୍ରମ ବିଶେଷ ସହାୟକ ହେବ,’’ କହିଛନ୍ତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ରଶ୍ମିତା ପଣ୍ଡା।

ରାଜ୍ୟର ଏସଏଚଜି ମହିଳାଙ୍କୁ ଅତ୍ୟାଧୁନିକ ବିଷୟରେ ତାଲିମ ଦେବା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ଓ ମିଶନ ଶକ୍ତି ବିଭାଗ ଭିତରେ ଏକ ଏମଓୟୁ ସ୍ୱାକ୍ଷର ହୋଇଥିଲା। ଏହି ଆଧାରରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏସଏଚଜି ସଦସ୍ୟାଙ୍କ ପାଇଁ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଠାରେ ସେମାନଙ୍କୁ ବ୍ୟୁଟି ଥେରାପି, ହେୟାର ଓ ସ୍କିନ କେୟାର, ସାଲୁନ ପରିଚାଳନା, ବ୍ୟବସାୟ ପରିଚାଳନା, ଆର୍ଥିକ ସାକ୍ଷରତା, ଗ୍ରାହକ ସେବା ଏବଂ ଉଦ୍ୟୋଗ ବିକାଶ ଆଦି ବିଷୟରେ ତାଲିମ ଦିଆଯିବ।

ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ମିଶନ ଶକ୍ତି ବିଭାଗର ଅତିରିକ୍ତ ସଚିବ ଡକ୍ଟର ଅବିନାଶ ରାଉତ, ମୁଖ୍ୟ କୌଶଳ ଅଧିକାରୀ ବ୍ରୁସ୍ ପୋହ, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି ଥମ୍ବିରାଜା, ଉପାଧ୍ୟକ୍ଷା ଜିତାମିତ୍ର ଶତପଥୀ, ସ୍କୁଲ ଅଫ୍ ସର୍ଭିସେସର ବରିଷ୍ଠ ନିର୍ଦ୍ଦେଶକ ଲିମଲାଇ ସୁନ୍ ଏବଂ ବରିଷ୍ଠ ପ୍ଲାଷ୍ଟିକ ସର୍ଜନ ଡକ୍ଟର ଜୟନ୍ତ ଦାଶ ପ୍ରମୁଖ ଯୋଗ ଦେଇଥିଲେ।

ଏସଏଚଜି ମହିଳା କସମେଟୋଲେଜି ଓ ଉଦ୍ୟୋଗ ବିକାଶ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ୱତନ୍ତ୍ର ତାଲିମ
Share. Facebook Twitter LinkedIn Email WhatsApp Copy Link

Related Posts

 ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ: ମୁଖ୍ୟମନ୍ତ୍ରୀଙ୍କ ସହ ବିକାଶ ସମ୍ପର୍କିତ ନୀତି ସମ୍ପର୍କରେ ହେଲା ଆଲୋଚନା

January 30, 2026

“ଅନିଶ୍ଚିତତା ମଧ୍ୟରେ ଉଦ୍ୟୋଗୀ ନୀତି ନିର୍ଦ୍ଧାରଣ” ଦିଗରେ ଗଭୀର ପରିବର୍ତ୍ତନ ଆବଶ୍ୟକ: ଆର୍ଥିକ ସର୍ବେକ୍ଷଣ

January 30, 2026

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

January 30, 2026

ଆଜି ଜାନୁୟାରୀ ୩୦ ତାରିଖ ଶୁକ୍ରବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

January 30, 2026
Latest News

 ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ: ମୁଖ୍ୟମନ୍ତ୍ରୀଙ୍କ ସହ ବିକାଶ ସମ୍ପର୍କିତ ନୀତି ସମ୍ପର୍କରେ ହେଲା ଆଲୋଚନା

January 30, 2026

“ଅନିଶ୍ଚିତତା ମଧ୍ୟରେ ଉଦ୍ୟୋଗୀ ନୀତି ନିର୍ଦ୍ଧାରଣ” ଦିଗରେ ଗଭୀର ପରିବର୍ତ୍ତନ ଆବଶ୍ୟକ: ଆର୍ଥିକ ସର୍ବେକ୍ଷଣ

January 30, 2026

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

January 30, 2026

ଆଜି ଜାନୁୟାରୀ ୩୦ ତାରିଖ ଶୁକ୍ରବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

January 30, 2026

ନୀଳ ଓ ସବୁଜ ଅର୍ଥନୀତି କ୍ଷେତ୍ରରେ ରହିଥିବା ସୁଯୋଗର ଉପଯୋଗିତା ବୃଦ୍ଧି ଉଦ୍ଦେଶ୍ୟରେ କର୍ମଶାଳା

January 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.