Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ୍ ଆଲୋଚନା
ଆଜିର ଖବର

ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ୍ ଆଲୋଚନା

September 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ୍ ଆଲୋଚନା

ନୂଆଦିଲ୍ଲୀ: ଭାରତ ଓ ସିଙ୍ଗାପୁର ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ମଧ୍ୟରେ ଏକ ଫଳପ୍ରଦ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ଓ ସିଙ୍ଗାପୁରର ଦ୍ୱିପାକ୍ଷିକ ସହଯୋଗରେ ଶିକ୍ଷା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଏଥର ବିଶେଷ ହୋଇଛି, କାରଣ ଚଳିତବର୍ଷ ଦୁଇ ଦେଶ ମଧ୍ୟରେ  କୂଟନୈତିକ ସମ୍ପର୍କର ଷାଠିଏ ବର୍ଷ ପୂରଣ ହୋଇଛି। ବୈଠକରେ ସ୍କୁଲ ଶିକ୍ଷା, ଉଚ୍ଚଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ଗବେଷଣା, ନବସୃଜନ ଏବଂ ଉଦ୍ୟମିତା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉପରେ ଚର୍ଚ୍ଚା ହୋଇଛି।

ଶିକ୍ଷକଙ୍କ କାପାସିଟି ବିଲଡିଂ, ଗବେଷଣା ଦକ୍ଷତା ଏବଂ କ୍ଷମତା ବୃଦ୍ଧି, ଦକ୍ଷତା ଇକୋସିଷ୍ଟମକୁ ସୁଦୃଢ଼ ​​କରିବା ଉପରେ ମଧ୍ୟ ଉଭୟ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଛାତ୍ରଛାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଏବଂ ସମୃଦ୍ଧ ପରିବେଶ ପ୍ରଦାନ କରିବା ଉଦ୍ଦେଶ୍ୟରେ ଆମ ଉଭୟ ଦେଶର ଉଚ୍ଚଶିକ୍ଷା ପ୍ରତିଷ୍ଠାନ ମଧ୍ୟରେ ଅଧିକ ଷ୍ଟୁଡେଣ୍ଟ୍ ଏକ୍ସଚେଞ୍ଜକୁ ସୁଗମ କରିବା ପାଇଁ ଏକାଠି କାମ କରିବା ଦିଗରେ ସମ୍ମତି ପ୍ରକାଶ କରିଛନ୍ତି । ଶିକ୍ଷା, ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍ ଏବଂ ଅଗ୍ରଣୀ ଗବେଷଣା କ୍ଷେତ୍ରରେ ଭାରତ – ସିଙ୍ଗାପୁର ସହଯୋଗକୁ ଉଚ୍ଚ ସ୍ତରକୁ ନେବା ଦିଗରେ ସିଙ୍ଗାପୁର ପିଏମଙ୍କ ନିରନ୍ତର ପ୍ରଚେଷ୍ଟାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026

ଆଇଏନଏସ ଚିଲିକାରେ ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତ୍ୟୁ

April 9, 2026

ହଠାତ୍ ସନ୍ଧ୍ୟାରେ ହ୍ରାସ ପାଇଲା ସୁନା ଏବଂ ରୂପାରେ ମୂଲ୍ୟ: ଜାଣନ୍ତୁ କେତେ?

April 9, 2026

ଭାରତରେ ପରିବର୍ତ୍ତନର ଧାରା!: ପେଟ୍ରୋଲ ଏବଂ ଡିଜେଲ ତୁଳନାରେ CNG- EV କାରର ବଢୁଛି ଚାହିଦା

April 9, 2026
Latest News

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026

ଆଇଏନଏସ ଚିଲିକାରେ ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତ୍ୟୁ

April 9, 2026

ହଠାତ୍ ସନ୍ଧ୍ୟାରେ ହ୍ରାସ ପାଇଲା ସୁନା ଏବଂ ରୂପାରେ ମୂଲ୍ୟ: ଜାଣନ୍ତୁ କେତେ?

April 9, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଭାରତରେ ପରିବର୍ତ୍ତନର ଧାରା!: ପେଟ୍ରୋଲ ଏବଂ ଡିଜେଲ ତୁଳନାରେ CNG- EV କାରର ବଢୁଛି ଚାହିଦା

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.