Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶହରା ପୂର୍ବରୁ ରାଜ୍ୟର ସବୁ ପ୍ରମୁଖ ରାସ୍ତାର ହେବ ମରାମତି: ମନ୍ତ୍ରୀ କଲେ ସମୀକ୍ଷା
ଆଜିର ଖବର

ଦଶହରା ପୂର୍ବରୁ ରାଜ୍ୟର ସବୁ ପ୍ରମୁଖ ରାସ୍ତାର ହେବ ମରାମତି: ମନ୍ତ୍ରୀ କଲେ ସମୀକ୍ଷା

September 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦଶହରା
ଦଶହରା ପୂର୍ବରୁ ରାଜ୍ୟର ସବୁ ପ୍ରମୁଖ ରାସ୍ତାର ହେବ ମରାମତି: ମନ୍ତ୍ରୀ କଲେ ସମୀକ୍ଷା

ଭୁବନେଶ୍ଵର: ପାର୍ବଣ ଋତୁ ଦଶହରାକୁ ନେଇ ସାରା ରାଜ୍ୟରେ ଉତ୍ସବର ମାହୋଲ୍ ସୃଷ୍ଟି ହେବାକୁ ଯାଉଥିବାବେଳେ ରାସ୍ତାଘାଟ ଓ ଗମନାଗମନ ନେଇ ଭୁବନେଶ୍ୱର-କଟକ ସମେତ ଅନ୍ୟ ସମସ୍ତ ସହର ଏବଂ ରାଜ୍ୟବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିନିମନ୍ତେ ଆଜି ନିର୍ମାଣ ସୌଧର ଦ୍ଵିତୀୟ ମହଲା ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ସହ ସବୁ ପ୍ରମୁଖ ସହର ତଥା ସମସ୍ତ ଜିଲ୍ଲାର ରାସ୍ତାଘାଟର ସ୍ଥିତି ଅନୁଧ୍ୟାନ କରିଥିଲେ।

ବର୍ଷାଋତୁ ଆସିଲେ ରାସ୍ତାରେ ଖାଲଖମା ହେବ ଏବଂ ରାସ୍ତା ଖରାପ ହେବା ଏକ ସାଧାରଣ ପ୍ରକ୍ରିୟା। ତେବେ ଏହାକୁ ତୁରନ୍ତ ମରାମତି କରି ଜନସାଧାରଣଙ୍କୁ ଏକ ସୁଖଦ ଅନୁଭୂତି ପ୍ରଦାନ କରିବା ରାଜ୍ୟ ସରକାରଙ୍କ ନୈତିକ ଦାୟିତ୍ଵ ଓ କର୍ତ୍ତବ୍ୟ।

ଏହି ପରିପ୍ରେକ୍ଷୀରେ ଇଞ୍ଜିନିୟରମାନେ ସେମାନଙ୍କ ଜ୍ଞାନର ଉପଯୋଗ କରି ସ୍ଥାୟୀ ଓ ସୁନ୍ଦର ରାସ୍ତା ନିର୍ମାଣ ଉପରେ ଗୁରୁତ୍ୱ ଦେବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ। ଏଥି ସହ ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ସୁଦ୍ଧା ରାଜ୍ୟର ସବୁ ପ୍ରମୁଖ ରାସ୍ତାକୁ ଖାଲଖମାମୁକ୍ତ କରିବା ଏବଂ ପରବର୍ତ୍ତୀ ଅକ୍ଟୋବର ୨ରୁ ଖରାପ ଅବସ୍ଥାରେ ଥିବା ରାସ୍ତାର ସମ୍ପୂର୍ଣ୍ଣ ନବୀକରଣ କରିବା ପାଇଁ ବିଭାଗରେ କାର୍ଯ୍ୟ କରୁଥିବା ଇଞ୍ଜିନିୟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏଥି ସହିତ ରାସ୍ତାର ସ୍ଥାୟିତ୍ଵ ଏବଂ ମରାମତି ସହ ଯେଉଁ ସଂସ୍ଥା‌ ଓ ବିଭାଗମାନେ ରାସ୍ତା ବ୍ୟବହାର କରୁଛନ୍ତି ସେଥି ନେଇ ଆଗାମୀ ଦିନରେ ଏକ ସ୍ବତନ୍ତ୍ର ନୀତି ପ୍ରଣୟନ କରାଯିବ।ତତସହିତ ସମ୍ପୃକ୍ତ ଇଞ୍ଜିନିୟରମାନେ ଆସନ୍ତା ଦୁଇଦିନ ମଧ୍ୟରେ ଅଞ୍ଚଳ ଗସ୍ତ କରି ରାସ୍ତାର ସ୍ଥିତି ବିଷୟରେ ରିପୋର୍ଟ ଦେବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, ଚୌଦ୍ୱାର-କଟକ ବିଧାୟକ ସୌଭିକ୍ ବିଶ୍ଵାଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଭୁବନେଶ୍ଵର ମହାନଗର ନିଗମର ମେୟର ସୁଲୋଚନା ଦାସ, କଟକ ମହାନଗର ନିଗମର ମେୟର ସୁବାସ ଚନ୍ଦ୍ର ସିଂ,ବିଏମ୍‌ସି କମିଶନର ଚଞ୍ଚଳ ରାଣା, କଟକ ମହାନଗର ନିଗମ କମିଶନର କିରଣଦୀପ୍ କୌର ସାହୋତା, ବରିଷ୍ଠ ରାଜନେତା ଜଗନ୍ନାଥ ପ୍ରଧାନ, ନୟନ କିଶୋର ମହାନ୍ତି, ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ (ପୌର ପ୍ରଶାସକ) ଅରବିନ୍ଦ ଡାକୁଆ, ଇଆଇସି ତଥା ସ୍ଵତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି (ସିଭିଲ୍) ଇଂ. ସତ୍ୟବ୍ରତ ବେହେରା, ମୁଖ୍ୟଯନ୍ତ୍ରୀ (ରାସ୍ତା-୧) ଇଂ. ଧ୍ୟାନଚାନ୍ଦ ନାୟକ, ମୁଖ୍ୟଯନ୍ତ୍ରୀ (ରାସ୍ତା-୨) ଇଂ. ଶିବବ୍ରତ ତରିଆ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ (ଭୁବନେଶ୍ଵର) ଇଂ. ମନୋଜ ମହାନନ୍ଦଙ୍କ ସମେତ ବିଭାଗର ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ ଏବଂ ଅନ୍ୟ ସଂପୃକ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥଲେ।

ଦଶହରା ପାର୍ବଣ ଋତୁ ପାର୍ବଣ ଋତୁ ଦଶହରା
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.