ଭୁବନେଶ୍ବର: ଆଜି ନୂଆପଡାର ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ ଗୁରୁତର ଅସୁସ୍ଥ ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ। ହେଲେ ସେ ଆଜି ପରଲୋକ ଗମନ କରିଛନ୍ତି। ଢୋଲକିଆ ୨୦୦୪, ୨୦୦୯, ୨୦୧୯, ୨୦୨୪ ରେ ସେ ବିଜୟୀ ହୋଇ ବିଧାୟକ ହୋଇଥିଲେ। ତାଙ୍କ ପରଲୋକରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକ ବାର୍ତ୍ତାରେ ନବୀନ କହିଛନ୍ତି ଯେ, ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।