Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ
ଆଜିର ଖବର

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର
ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଅଯୋଧ୍ୟା – ବାରାଣସୀ ବରିଷ୍ଟ ନାଗରିକ ମାନଙ୍କ ତୀର୍ଥଯାତ୍ରା ପର୍ଯ୍ୟଟନ ଅଧିକାରୀ ମୀରା ବେହେରାଙ୍କ ପରିଚାଳନାରେ ଶୁଭାରମ୍ଭ କରାଯାଇଅଛି। ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ସାଫଲ୍ୟ ମଣ୍ଡିତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ବରିଷ୍ଟ ନାଗରିକ ତୀର୍ଥ ଯାତ୍ରା ଯୋଜନା ଗରିବ ଗୁରବା ମାନଙ୍କ ପାଇଁ ଏକ ଅପୂର୍ବ ଯୋଜନା। ଓଡ଼ିଶାର ପରମ୍ପରା ସଂସ୍କୃତି ବାହାର ରାଜ୍ୟ ସହ ଆଦାନ ପ୍ରଦାନ ଏବଂ ଆଧ୍ୟାତ୍ମିକତାର ଦିବ୍ୟ ଅନୁଭୂତି ଏହି ଯୋଜନାର ମୂଳ ଲକ୍ଷ୍ୟ ଅଟେ।

ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଟ ନାଗରିକ ତୀର୍ଥ ଯାତ୍ରା ଯୋଜନା ପ୍ରତିବର୍ଷ ଚାଲୁରହିଛି। ଯେଉଁମାନେ ଚଳିତ ବର୍ଷ ଯାଇପାରି ନାହାନ୍ତି ପୁନଶ୍ଚ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଲେ ସେମାନେ ଅନ୍ ଲାଇନ୍ ମାଧ୍ୟମରେ ଆବେଦନ କରି ଏହି ତୀର୍ଥ ଭ୍ରମଣର ସୁଯୋଗ ନେଇ ପାରିବେ।

ଆଜି ଖୋର୍ଦ୍ଧା ଜିଲ୍ଲାର ୧୬୯ ତୀର୍ଥ ଯାତ୍ରୀ ଯେଉଁ ମାନଙ୍କ ମଧ୍ୟରେ ସହଯୋଗୀ ତୀର୍ଥ ଯାତ୍ରୀ ୦୨ ଜଣ, ଦମ୍ପତି ତୀର୍ଥ ଯାତ୍ରୀ ୭୦ ଜଣ ଏବଂ ଏକକ ତୀର୍ଥ ଯାତ୍ରୀ ୯୭ ଜଣଙ୍କୁ ନେଇ ବସ ଗୁଡ଼ିକ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଠାରୁ ଭୁବେଶ୍ଵରର ରେଳ ଷ୍ଟେସନ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିୟମାନୁସାରେ ପ୍ରତ୍ୟେକ ତୀର୍ଥ ଯାତ୍ରୀ ଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇଥିଲା।

ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରତ୍ୟେକ ତୀର୍ଥ ଯାତ୍ରୀଙ୍କୁ ପୁଷ୍ପ ଗୁଚ୍ଛ ପ୍ରଦାନ କରି ସେମାନଙ୍କର ୬ଦିବସୀୟ ତୀର୍ଥ ଯାତ୍ରା ସଫଳ କାମନା କରି ଆନନ୍ଦ ର ସହ ଖୋର୍ଦ୍ଧା ଫେରିବାକୁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ରଖି ଶ୍ରିଫଳ ବାଡେଇ ସବୁଜ ପତାକା ଦେଖାଇ ବସ୍ ଯାତ୍ରାର ଶୁଭାରମ୍ଭ କରିଥିଲେ। ସମସ୍ତ ତୀର୍ଥ ଯାତ୍ରୀ ଙ୍କ ସହାୟତା କାରୀ ଅଧିକାରୀ ମାନେ ସଦାସର୍ବଦା ଜାଗ୍ରତ ରହି ତୀର୍ଥ ଯାତ୍ରୀ ମାନଙ୍କ ଯତ୍ନ ନେଇ ସଫଳ ଭାବେ ଖୋର୍ଦ୍ଧା ଫେରିବାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଥିଲେ।

ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଗୀତାଞ୍ଜଳି ପଣ୍ଡା ଯୋଗଦେଇ ତୀର୍ଥ ଯାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିଥିଲେ। ଏସ୍କର୍ଟ ଅଫିସର ଭାବେ ନିହାର ରଞ୍ଜନ ମହାନ୍ତି, ବିନୋଦ ଚନ୍ଦ୍ର ବାରିକ, ସଂଗ୍ରାମ କେଶରୀ ଦାସ,ଅଟଳ କୁମାର ଧର୍ମରାଜ୍ ଏବଂ ସତ୍ୟବ୍ରତ ତ୍ରିପାଠୀ ତୀର୍ଥ ଯାତ୍ରା କାର୍ଯ୍ୟ ସମ୍ପାଦନ ନିମନ୍ତେ ନିଯୁକ୍ତି ଦିଆଯାଇଛି। ତୀର୍ଥ ଯାତ୍ରୀ ମାନେ ଆଜି ଭୁବନଶ୍ବରରେ ରାତ୍ରୀ ଯାପନ କରି ଆସନ୍ତା କାଲି ସ୍ଵତନ୍ତ୍ର ଟ୍ରେନ୍ ରେ ଅଯୋଧ୍ୟା ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

ଭୁବନେଶ୍ୱର ଠାରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗଦାନ କରି ଅଯୋଧ୍ୟା ବାରଣାସୀ ଟ୍ରେନ୍ ର ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଅଛି।

ଆଜିର ଏହି କାର୍ଯ୍ୟ କ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟଳୟ ଏବଂ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଧିକାରୀ ଏବଂ କର୍ମଚାରୀ ଓ ଗଣ ମାଧ୍ୟମ ପ୍ରତିନିଧି ମାନେ ଯୋଗ ଦେଇଥିଲେ।

ଅଯୋଧ୍ୟା - ବାରଣାସୀ ଯାତ୍ରା ଖୋର୍ଦ୍ଧା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.