ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଘୂର୍ଣ୍ଣିବଳୟ ଏବଂ ମୌସୁମୀ ଟ୍ରଫ୍ ଲାଇନ ପ୍ରଭାବରେ ବର୍ଷାର ପ୍ରକୋପ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ଚେତାବନୀ ଦିଆଯାଇଛି।