Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଗସ୍ତରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି
ଆଜିର ଖବର

ମାଲକାନଗିରି ଗସ୍ତରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି

September 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Governor's visit to Malkangiri
Governor's visit to Malkangiri

ଭୁବନେଶ୍ଵର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ପ୍ରଥମ ଥର ପାଇଁ ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡା ପଞ୍ଚାୟତର ବଣ୍ଡା ଘାଟି ପରିଦର୍ଶନ କରିଛନ୍ତି। ରାଜ୍ୟପାଳ ମାଲକାନଗିରି ଜିଲ୍ଲାର ପ୍ରବେଶ ଦ୍ୱାର ଗୋବିନ୍ଦପାଲିଠାରେ ପହଞ୍ଚିବା ପରେ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ଏସ୍ପି ବିନୋଦ ପାଟିଲ, ଡିଏଫଓ ସାଇ କିରଣ ତାଙ୍କୁ ସ୍ୱାଗତ କରିଥିଲେ।

ଏହାପରେ ରାଜ୍ୟପାଳ ବଣ୍ଡା ଘାଟିରେ ପହଞ୍ଚିବା ପରେ ବଣ୍ଡା ପୁରୁଷ ଓ ମହିଳାମାନେ ପାରମ୍ପରିକ ନୃତ୍ୟ ଓ ସଂଗୀତ ମାଧ୍ୟମରେ ତାଙ୍କୁ ସ୍ୱାଗତ କରିଥିଲେ। ସେଠାରୁ ସେମାନେ ରାଜ୍ୟପାଳଙ୍କୁ ପବିତ୍ର ସୀତା କୁଣ୍ଡ ଓ ଶ୍ରୀରାମ ମନ୍ଦିର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ। ରାଜ୍ୟପାଳ ଶ୍ରୀ କମ୍ଭମପାଟି ବଣ୍ଡା ଉନ୍ନୟନ ସଂସ୍ଥା ପରିଦର୍ଶନ କରି ଏହି ଜନଜାତିଙ୍କ ପାଇଁ ସଂସ୍ଥା ଦ୍ୱାରା କିପରି ବିକାଶ କରାଯାଉଛି ତାହା ପଚାରି ବୁଝିଥିଲେ।

ଏହି ଅବସରରେ ସେ ୧୫ ଜଣ ଆଦିମ ବଣ୍ଡା ଏବଂ ୧୧ ଜଣ ଦିଦାୟୀ ସମ୍ପ୍ରଦାୟର ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ। ଏହି ଅବସରରେ ରାଜ୍ୟପାଳ ବଣ୍ଡା ଘାଟିର ବିକାଶ ସହ ଆଦିମ ବଣ୍ଡା ଜନଜାତିଙ୍କ ଉନ୍ନତି ପ୍ରତି ଧ୍ୟାନ ଦେବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

Read More:- Real Estate Investment: 8 Major Challenges and How to Safeguard Your Returns

malkangiri ଡକ୍ଟର ହରିବାବୁ କମ୍ଭମପାଟି ମାଲକାନଗିରି ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.