Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟ ଓ ମାଲକାନଗିରିରେ ବିଭିନ୍ନ ଯୋଜନାର ସମୀକ୍ଷା କଲେ ରାଜ୍ୟପାଳ
ଆଜିର ଖବର

କୋରାପୁଟ ଓ ମାଲକାନଗିରିରେ ବିଭିନ୍ନ ଯୋଜନାର ସମୀକ୍ଷା କଲେ ରାଜ୍ୟପାଳ

September 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Governor Reviews Implementation of Schemes
Governor Reviews Implementation of Schemes in Koraput and Malkangiri Districts

ଭୁବନେଶ୍ଵର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ୨୦୨୬ ଡିସେମ୍ବର ସୁଦ୍ଧା ଜଳଜୀବନ ମିଶନ କାର୍ଯ୍ୟକ୍ରମକୁ ସଫଳତାର ସହ ଶେଷ କରିବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟା ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରଦାନ କରିବା ପାଇଁ କହିଛନ୍ତି। ୨୦୨୬ ମାର୍ଚ୍ଚ ଶେଷ ସୁଦ୍ଧା ଭାରତ ମାଳା ରାସ୍ତା ନିର୍ମାଣ ଶେଷ ହୋଇଗଲେ କୋରାପୁଟ ଓ ବିଶାଖାପାଟଣା ସହର ମଧ୍ୟରେ ଦୂରତା ହ୍ରାସପାଇବ ବୋଲି ରାଜ୍ୟପାଳ କହିଛନ୍ତି।

ମାଲକାନଗିରି ଜିଲ୍ଲାର ସୀତାକୁଣ୍ଡ ଓ କୋରାପୁଟ ଜିଲ୍ଲା ଦେଓମାଳି ପର୍ଯ୍ୟଟନ ସ୍ଥଳୀର ବିକାଶ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ କୋରାପୁଟ ବିଧାୟକ ରଘୁରାମ ମାଛ, ପଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁଟା, କୋରାପୁଟ ବିଧାୟକ ରୂପୁ ଭତ୍ରା, ମାଲକାନଗିରି ବିଧାୟକ ନରସିଂହ ମାଡକାମିଙ୍କ ସମେତ ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ରୂପା ରୋସନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟପାଳ ଶ୍ରୀ କମ୍ଭମପାଟି ୪ ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ ଶେଷକରି ଆଜି ଅପରାହ୍ନରେ ଭୁବନେଶ୍ୱର ଫେରି ଆସିଛନ୍ତି।

koraput malkangiri ଡକ୍ଟର ହରିବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.