Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ
ଆଜିର ଖବର

ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ

September 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Awareness program
Awareness program on the rights of persons with disabilities

ଭୁବନେଶ୍ଵର: ବିଜେବି କଲେଜଠାରେ ଭିନ୍ନକ୍ଷମମାନଙ୍କ ଅଧିକାର ସମ୍ପର୍କରେ ସଚେତନତା ଓ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ବାରା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଅଭିଭାଷଣରେ ଭିନ୍ନକ୍ଷମ ଆୟୁକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଯୁବସମାଜ ନିମନ୍ତେ ରହିଥିବା ଆହ୍ବାନ ବିଷୟରେ ଧାରଣ ଦେଇ କହିଥିଲେ ଯେ, ଆଇନ ଭିନ୍ନକ୍ଷମ ମାନଙ୍କୁ ମଧ୍ୟ ସମାଜରେ ସମ୍ମାନର ସହ ବଞ୍ଚିବାର ଅଧିକାର ପ୍ରଦାନ କରିଛନ୍ତି ଓ ଆଇନକୁ ସମାନ ଦେଇ ଛାତ୍ର ସମାଜ, ଯେଉଁମାନେ ଭବିଷ୍ୟତର ନାଗରିକ, ସେମାନଙ୍କ ଦାୟିତ୍ବ ତଥା ଭାଗୀଦାରୀ ରହିଛି। ଶିକ୍ଷା, ନିଯୁକ୍ତି ତଥା ନୂତନ ଶିକ୍ଷା ନୀତି ଅନୁସାରେ କଲେଜ ଗୁଡିକ ଆଗେଇ ଆସିବା ଆବଶ୍ୟକ।

ଏହି କାର୍ଯ୍ୟକ୍ରମ ଦ୍ବାରା କଲେଜ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଭିନ୍ନକ୍ଷମ ତଥା ସେମାନଙ୍କ ପାଇଁ ଉଦ୍ଧିଷ୍ଟ ଆଇନ RPwD act-୨୦୧୬ ବିଷୟରେ ଅବଗତ କରାଇବା ଉଦ୍ଦେଶ୍ୟରେ ଭିନ୍ନକ୍ଷମ ଆୟୁକ୍ତ, ଓଡ଼ିଶା, ଉଚ୍ଚ ଶିକ୍ଷା ବିଭାଗର ସହଯୋଗରେ ରାଜ୍ୟର ପାଞ୍ଚ ଗୋଟି ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧୀନରେ ଥିବା ପାଞ୍ଚ ଗୋଟି କଲେଜରେ ଏକ ସଚେତନତା କାର୍ଯ୍ୟକ୍ରମକୁ ହାତକୁ ନେଇଥିଲେ। ଛାତ୍ରଛାତ୍ରୀମାନଙ୍କୁ ଭିନ୍ନକ୍ଷମ ମାନଙ୍କ ପାଇଁ ଥିବା ଆଇନ, ସେମାନଙ୍କର ବିଭିନ୍ନ ସମସ୍ଯା ଓ ସରକାରଙ୍କ ଦ୍ବାରା ସେମାନଙ୍କ ପାଇଁ କରାଯାଉଥିବା ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇବା ଓ ଭିନ୍ନକ୍ଷମ ମାନଙ୍କୁ ଏକ ସମାବେଶୀ ସମାଜରେ ଅନ୍ତର୍ଭୁକ୍ତ କରିବା ନିମନ୍ତେ ଛାତ୍ର ଅବସ୍ଥାରୁ ପ୍ରୟାସ ଜାରି ରଖିବା ଏବଂ ବିଦ୍ୟାଳୟ ତଥା ବିଦ୍ୟାଳୟ ବାହାରେ ଭିନ୍ନକ୍ଷମ ମାନଙ୍କୁ ସାହାର୍ଯ୍ୟ ଓ ସହଯୋଗ କରିବା ଏହି କର୍ମଶାଳାର ମୁଖ୍ୟ ଆଭିମୁଖ୍ୟ ଥିଲା।

ଏହି କ୍ରମରେ ସମ୍ବଲପୁରର ସରକାରୀ ମହାବିଦ୍ୟାଳୟ, କୋରାପୁଟର DAV କଲେଜ, ଶଶୀ ଭୂଷଣ ମହିଳା ମହାବିଦ୍ୟାଳୟ, ବ୍ରହ୍ମପୁର, କୁନ୍ତଳା କୁମାରୀ ସାବତ ସରକାରୀ ମହିଳା ମହାବିଦ୍ୟାଳୟ, ବାଲେଶ୍ଵର ଓ ପରିଶେଷରେ ବିଜେବି କଲେଜ, ଭୁବନେଶ୍ବରଠାରେ ୫ ଗୋଟି ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କର ଉତ୍ସାହ ତଥା ଯୋଗଦାନ ବେଶ ଆକର୍ଷଣୀୟ ଥିଲା। ୫ ଟି ବିଜୟୀ ଦଳ ମଧ୍ୟରେ ରାଜ୍ୟ ସ୍ତରରେ ପ୍ରତିଯୋଗୀତା ହେବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ସ୍ଥିତ ବିଜେବି କଲେଜଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଉଚ୍ଚ ଶିକ୍ଷା ବିଭାଗ, କାଳି ପ୍ରସାଦ ମହାପାତ୍ର, ଭାପ୍ରସେ, ଉଚ୍ଚ ଶିକ୍ଷା ବିଭାଗ ଅଧ୍ୟକ୍ଷା, ଝୁମକି ରଥ, ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଆଇନର ପ୍ରାବଧାନ ବାବଦରେ ଆର କେ ଶର୍ମା ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଉପସ୍ଥାପନା କରିଥିଲେ। ପ୍ରୋଗ୍ରାମରେ ୧୦୦ ଜଣ ଛାତ୍ରଛାତ୍ରୀ ଯୋଗଦେଇଥିଲେ।

ଆଲୋଚନା ପରେ ଏହି ବିଷୟ ବସ୍ତୁ ଗୁଡିକ ଉପରେ ୮ଟି କଲେଜରୁ ଆସିଥିବାଦଳ ମଧ୍ୟରେ ଏକ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ବିଜୟୀ ଦଳ ଗୁଡିକ ଟ୍ରଫି, ପୁରସ୍କାର ଅର୍ଥରାଶି ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀମାନଙ୍କୁ ସାଟିଫିକେଟ ପ୍ରଦାନ କରାଯାଇଥିଲା। ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

କୁଇଜ ପ୍ରତିଯୋଗିତା ବିଜେବି କଲେଜ ଭିନ୍ନକ୍ଷମ ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.