ନୂଆଦିଲ୍ଲୀ: ଶ୍ରୀକ୍ଷେତ୍ରରେ ରବିବାରଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଶୋଳପୂଜା। ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣମାନଙ୍କୁ ବରଣ କରି, ଦୁର୍ଗାପୂଜାର ଶୁଭାରମ୍ଭକରିଛନ୍ତି ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ, ରାଜଗୁରୁ, ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିଥିଲେ।ପରମ୍ପରା ଅନୁଯାୟୀ ମୁଳାଷ୍ଟମୀ ଅବସରରେ ଷୋଳପୂଜାର ବିଧା ଆରମ୍ଭ ହୋଇଛି ଗଜପତିଙ୍କ ଶ୍ରୀନହରରୁ ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠ ଗୁଡ଼ିକରେ ଏହି ଶୋଳପୂଜା ପାଇଁ ଆଚାର୍ଯ୍ୟ ବରଣ କାର୍ଯ୍ୟ କରାଯାଇଛି। ଗଜପତିଙ୍କ ନିର୍ଦ୍ଦେଶ କ୍ରମେ ରାଜଗୁରୁ ଆଜି ସ୍ତ୍ରୋତ୍ରୀୟ ବ୍ରହ୍ମଣ, ମୁକ୍ତିମଣ୍ଡପ ବ୍ରହ୍ମଣ ଓ ଶାସନ ବ୍ରାହ୍ମଣଙ୍କୁ ଡ଼ାକି ବରଣ କରିବା ସହ ବସ୍ତ୍ର ଦାନ କରି ବିଭିନ୍ନ ପୀଠରେ ନିଯୁକ୍ତି କରିଛନ୍ତି।
ଏହି ଆଚାର୍ଯ୍ୟ ମାନେ, ଆଜିଠାରୁ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ଡିପାଠ, ଦୁର୍ଗା ଆରାଧନା ପ୍ରଭୃତି କରିବେ ତେବେ ଆଶ୍ୱିନ ମାସ କୃଷ୍ଣପକ୍ଷ ଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଏହି ପୂଜାର୍ଚ୍ଚନା କରାଯିବାର ପରମ୍ପରା ରହିଅଛି। ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ବରୀ ଭାବେ ମା ବିମଳାଙ୍କ ପୀଠରେ ଷୋଡ଼ଶ ପୂଜାବିଧ୍ ଆରମ୍ଭ ହୋଇଛି ଏହି ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା। ସେହିପରି ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ଭୁବନେଶ୍ବରୀ, ବଡ଼ମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଦକ୍ଷିଣ କାଳୀ, ଅଲାମଚଣ୍ଡୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ ଶୋଳପୂଜା ଆରମ୍ଭକରାଯାଇଛି।
ସେପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ବଢ଼ିବା ପରେ ଭଣ୍ଡାର ଘରୁ ମା ଦୁର୍ଗାଙ୍କ ସ୍ପର୍ଶ ପ୍ରତିମା ରତ୍ନ ସିଂହାସନରେ ବିଜେ ହୋଇଥାଏ। ପରେ ମା ସୁଭଦ୍ରାଙ୍କ ଆଜ୍ଞାମାଳ ଦୁର୍ଗାଙ୍କୁ ଲାଗି କରାଯିବା ପରେ ମାଜଣା ମଣ୍ଡପରେ ଠାକୁରାଣୀଙ୍କ ସହସ୍ର କୁମ୍ଭାଭିଷେକ ଅନୁଷ୍ଠିତ ହୋଇଥାଏ।