ଭୁବନେଶ୍ଵର: ଟ୍ରଫଲାଇନ୍ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଭୁବନେଶ୍ବରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ସତର୍କ ସୂଚନା ଦିଆଯାଇଛି।