Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ
ଆଜିର ଖବର

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ

September 16, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପ-ନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ ର ଧାରା ୨୧ ଅନୁଯାୟୀ ଏକ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର କାର୍ଯ୍ୟସୂଚୀ ନିମ୍ନଲିଖିତ:

ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ / ପରିବର୍ତ୍ତନ-
୧୪.୦୯.୨୦୨୫ ସୁଦ୍ଧା (ରବିବାର)

ସମନ୍ୱିତ ଚିଠା ଭୋଟର ତାଲିକା ପ୍ରକାଶନ ତାରିଖ-
୧୫.୦୯.୨୦୨୫ (ସୋମବାର)

ଦାବି ଏବଂ ଆପତ୍ତି ଦାଖଲ କରିବାର ଅବଧି-
୧୫.୦୯.୨୦୨୫ (ସୋମବାର) ରୁ ୨୯.୦୯.୨୦୨୫ (ସୋମବାର)

ଦାବି ଏବଂ ଆପତ୍ତିର ସମାଧାନ
୦୭.୧୦.୨୦୨୫ ସୁଦ୍ଧା (ମଙ୍ଗଳବାର)

ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ତାରିଖ
୦୯.୧୦.୨୦୨୫ (ଗୁରୁବାର)

ମତଦାନ କେନ୍ଦ୍ରଗୁଡ଼ିକର ପୁନଃବ୍ୟବସ୍ଥିକରଣ/ ପରିବର୍ତ୍ତନ:

ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି। ସେହିପରି, ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ମତଦାନ କେନ୍ଦ୍ର ୩୦୨ ରୁ ୩୫୮କୁ ବୃଦ୍ଧି କରାଯାଇଛି। ଏହା ବ୍ୟତୀତ, ଏହି ପୁନଃବ୍ୟବସ୍ଥିକରଣ ପ୍ରକ୍ରିୟା ସମୟରେ ୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି।

ପୁନଃବ୍ୟବସ୍ଥାପନ ପରେ ମୋଟ ମତଦାନ କେନ୍ଦ୍ର: ୩୫୮

ସହରାଞ୍ଚଳ: ୩୬

ଗ୍ରାମାଞ୍ଚଳ: ୩୨୨

୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକାର ପ୍ରକାଶନ:

୭୧-ନୂଆପଡା ନିର୍ବାଚନ ମଣ୍ଡଳୀ ସମ୍ପର୍କରେ ୧୫.୦୯.୨୦୨୫ କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକାର ପ୍ରକାଶନ କରାଯାଇଛି।

୭୧-ନୂଆପଡା ନିର୍ବାଚନ ମଣ୍ଡଳୀ ସମ୍ପର୍କରେ ମତଦାତା ସ୍ଥିତିର ବିବରଣୀ ନିମ୍ନରେ ସୂଚିତ କରାଯାଇଛି:

ମୋଟ ମତଦାତା: ୨,୪୮,୨୫୬
ପୁରୁଷ: ୧,୨୨,୧୦୩
ମହିଳା: ୧,୨୬,୧୩୨
ତୃତୀୟ ଲିଙ୍ଗ: ୨୧
ବରିଷ୍ଠ ନାଗରିକ: ୨୦୦୭
ଯୁବ ମତଦାତା: ୬୦୦୩
ଭିନ୍ନକ୍ଷମ ମତଦାତା (PwD): ୪୦୦୦

ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହିତ ବୈଠକ

୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କିତ ବୈଠକ ୧୫.୦୯.୨୦୨୫ ତାରିଖରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ମାନଙ୍କୁ ସଂଶୋଧନର ସମସ୍ତ ପର୍ଯ୍ୟାୟରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ଜିଲ୍ଲା ୟୁନିଟଗୁଡ଼ିକୁ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜନୈତିକ ଦଳମାନଙ୍କୁ ଚିଠା ଭୋଟର ତାଲିକା ଉପଲବ୍ଧ କରାଯାଇଛି

୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଚିଠା ଭୋଟର ତାଲିକାର ସଫ୍ଟ କପି ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ପ୍ରଦାନ କରାଯାଇଛି।

ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ

୭୧-ନୂଆପଡା ନିର୍ବାଚନ ମଣ୍ଡଳୀରେ ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ୦୯.୧୦.୨୦୨୫ ତାରିଖରେ କରାଯିବ।

ଉପ-ନିର୍ବାଚନ ନୂଆପଡା ଭାରତ ନିର୍ବାଚନ ଆୟୋଗ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Latest News

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.