ଖୋର୍ଦ୍ଧା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜନ୍ମଦିନ ଉପଲକ୍ଷେ “ଏକ ପେଡ୍ ମା’ କେ ନାମ” ଅଭିଯାନରେ ରାଜ୍ୟ ସରକାର ସମଗ୍ର ଓଡ଼ିଶାରେ ୭୫ ଲକ୍ଷ ବୃକ୍ଷରୋପଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଖୋର୍ଦ୍ଧା ସ୍ଥିତ ପଲ୍ଲାତୋଟାପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବୃକ୍ଷରୋପଣ କରି ସଭାକୁ ସମ୍ବୋଧିତ କରିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଆମେ ସମସ୍ତେ ଘର ଠାରୁ ଆରମ୍ଭ କରି ରାସ୍ତା ପାର୍ଶ୍ୱ ସମେତ ବିଭିନ୍ନ ସ୍ଥାନରେ ଗଛ ଲଗାଇବା। ଗଛଟିର ଯତ୍ନ ନେବା ସହ ମାଟି ମା’ର ସୁରକ୍ଷା ପାଇଁ ସଂକଳ୍ପନା କରିବା। ବିକଶିତ ଖୋର୍ଦ୍ଧା , ବିକଶିତ ଓଡ଼ିଶା ପାଇଁ ବ୍ୟକ୍ତିଗତ ସ୍ତରରେ ନିଜର ଯୋଗଦାନ ରଖିବା ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଥିଲେ।
ଆସନ୍ତୁ, ଗଛଟିଏ ଲଗାଇ ଏକ ସୁସ୍ଥ ଓ ସମୃଦ୍ଧ ଓଡ଼ିଶା ଗଠନରେ ଭାଗୀଦାର ହେବା।
ଏହି କାର୍ଯ୍ୟକ୍ରମ ଅବସରରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ, ଜିଲ୍ଲା ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧାଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଖୋର୍ଦ୍ଧା ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ, ଖୋର୍ଦ୍ଧା ବ୍ଲକ ଉପାଧ୍ୟକ୍ଷ, ପଲ୍ଲାତୋଟାପୋଡ଼ା ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ଓ ସରକାରୀ ଅଧିକାରୀ ମାନେ ଉପସ୍ଥିତ ଥିଲେ।