ଭୁବନେଶ୍ଵର: ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହା ସହ ଯେକୌଣସି ପରିସ୍ଥିତିର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି।