ଭୁବନେଶ୍ଵର: ଦକ୍ଷିଣ- ଆଭ୍ୟନ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିଥିବାବେଳେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତର ଓଡ଼ିଶା ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗରେ କୌଣସି ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ।